www.samajalive.in
Thursday, December 11, 2025
18.1 C
Bhubaneswar

ରାଜ୍ୟରେ ଆଉ ୬୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୬ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ସମ୍ବଲପୁର ଜିଲାରୁ ସର୍ବାଧିକ ୧୨ ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳି କଟକ ଜିଲାରେ ୮ ଓ ଅନୁଗୁଳ ଜିଲାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଢେଙ୍କାନାଳରୁ ୫ ଜଣ ଲେଖାଏଁ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ବରଗଡ, ଭଦ୍ରକ, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲାରେ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେହିଭଳି ଗଞ୍ଜାମ, କଳାହାଣ୍ଡି, କେନ୍ଦ୍ରାପଡା ଓ ସୋନପୁର ଜିଲାରେ ୨ ଜଣ ଲେଖାଏଁ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ବଲାଙ୍ଗିର, ଦେବଗଡ, ଯାଜପୁର, ଝାରସୁଗୁଡା ଓ ନୟାଗଡ ଜିଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୯୫୩ରେ ପହଞ୍ଚିଛି।

Hot this week

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

Related Articles

Popular Categories