www.samajalive.in
Sunday, December 14, 2025
17.1 C
Bhubaneswar

ପ୍ରାୟ ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

ବାଲେଶ୍ୱର: କ୍ରାଇମବ୍ରାଞ୍ଚ ଏସ୍‌ଟିଏଫକୁ ମିଳିଛି ବଡ଼ ସଫଳତା। ଡିଲ୍‌ ସମୟରେ ଚଢାଉ କରି ପ୍ରାୟ ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ କରିଛି। ଏହା ସହିତ ଏଥିରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରିଛି ଏସଟିଏଫ୍‌।

ବିଶ୍ବସ୍ତ ସୂତ୍ରରୁ ଖବର ପାଇ ବାଲେଶ୍ବର ଜିଲା ଜଳେଶ୍ୱର ମାର୍କେଟରେ ଆଜି ଏସଟିଏଫ୍‌ ପକ୍ଷରୁ ଚଢାଉ କରାଯାଇଥିଲା। ଏହି ସମୟରେ ଅଭିଯୁକ୍ତମାନଙ୍କଠାରୁ ୨ କେଜି ୪୦୨ ଗ୍ରାମ୍ ବ୍ରାଉନସୁଗାର ଜବତ କରାଯାଇଥିଲା। ଜବତ ବ୍ରାଉନସୁଗାରର ମୂଲ୍ୟ ପ୍ରାୟ ଅଢ଼େଇ କୋଟି ଟଙ୍କା ହେବ ବୋଲି କୁହାଯାଉଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଳେଶ୍ୱର ଅଞ୍ଚଳର ମମତାଜ ଖାନ୍, ଜଗତସିଂହପୁରର ଉଦୟନାଥ ରଥ ଓ କଟକ ବୟାଳିଶିମୌଜାର ପ୍ରଦୀପ କୁମାର ଦାସ ।

- Advertisement -

ସୂଚନାଯୋଗ୍ୟ, ଗତବର୍ଷଠାରୁ ଆଜି ଭିତରେ ଏସଟିଏଫ୍ ୩୮ କିଲୋରୁ ଅଧିକ ବ୍ରାଉନସୁଗର, ୮୪ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ କରିବା ସହ ଶହେରୁ ଅଧିକ ବେପାରୀଙ୍କୁ ଗିରଫ କଲାଣି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories