www.samajalive.in
Saturday, December 6, 2025
19.1 C
Bhubaneswar

ଅତାବିରା ବ୍ଲକରେ ସଂସ୍କୃତ ଦିବସ ପାଳିତ

ରେଙ୍ଗାଲିକ୍ୟାମ୍ପ: ଅତାବିରା ନୋଡାଲ ଉଚ୍ଚ ବିଦ୍ୟାଳୟରେ ବୁଧବାର ଅପରାହ୍ନ ୨ଘଣ୍ଟା ସମୟରେ ସଂସ୍କୃତ ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁପ୍ରଭା ସାହୁଙ୍କ ଅଧ୍ୟକ୍ଷତାରେ ନିଖିଳ ଉତ୍କଳ ସଂସ୍କୃତ ଶିକ୍ଷକ ମହାସଂଘ ଯୁଗ୍ମ ସମ୍ପାଦକ ଗୋପବନ୍ଧୁ ପୁରୋହିତ ମୁଖ୍ୟବକ୍ତା ଭାବେ ଯୋଗଦେଇ ସଂସ୍କୃତ କୋଟି ହୃଦୟର ଭାଷା ବୋଲି ଉଲ୍ଲେଖ କରିଥିଲେ। ଏହାର ସୁରକ୍ଷା ପ୍ରତି ଧ୍ୟାନ ଦେଇ ସଂସ୍କୃତ ଭାଷାର ପ୍ରଚାର ପ୍ରସାର କରିବା, ବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ କିପରି ଅଧିକରୁ ଅଧିକ ସଂଖ୍ୟାରେ ଏହି ବିଷୟକୁ ପଢ଼ିବା ପାଇଁ ଆଗ୍ରହ ପ୍ରକାଶ କରିବେ ସେଥିପ୍ରତି ଆମେ ସମସ୍ତେ ଯତ୍ନବାନ ହେବା ବୋଲି କହିଥିଲେ।

ବରିଷ୍ଠ ଶିକ୍ଷକ ସୁଧୀର ରଥ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଅଶୋକ ସାହୁ ସଭା ସଂଯୋଜନା କରିଥିଲେ। ସଭା ପ୍ରାରମ୍ଭରେ ଦିବଂଗତ ଶିକ୍ଷକମାନଙ୍କ ଆତ୍ମାର ସଦଗତି ପାଇଁ ସଙ୍ଘ ତରଫରୁ ନୀରବ ପ୍ରାର୍ଥନା କରାଯାଇଥିଲା। ଶିକ୍ଷକ ଜାଗେଶ୍ୱର, ଦିଲ୍ଲୀପ ପଟ୍ଟନାୟକ, ଦେବାନନ୍ଦ ଭୋଇ, ପଦ୍ମାଳୟା ଭୋଇ, ମିଲି ଦାଶ, ରିତା ପ୍ରଧାନ, ସରମା ନାଏକ, ଦୀପକ ପ୍ରଧାନ, ପ୍ରମୁଖ ଉପସ୍ଥିତ ଥିବା ବେଳେ ମେଦିନୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories