www.samajalive.in
Wednesday, December 10, 2025
16.1 C
Bhubaneswar

ପାଣିପାଗ ବିଭାଗର ସତର୍କ ସୂଚନା, ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡଘଡି ସହିତ ବର୍ଷା ସମ୍ଭାବନା

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଉପକୂଳ ଓଡ଼ିଶା ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି। ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶା, ଛତିଶଗଡ ଏବଂ ଉତ୍ତର ପୂର୍ବ ମଧ୍ୟପ୍ରଦେଶ ଆଡକୁ ମୁହାଁଇବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, କେନ୍ଦୁଝର, ସୋନପୁର, ଅନୁଗୋଳ, ନୂଆପଡା ଏବଂ ବଲାଙ୍ଗୀର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Hot this week

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

ଓଡ଼ିଶା ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆରମ୍ଭ

କଟକ: କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମ୍‌ରେ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ...

ବୁଧବାର ରାଶିଫଳ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ପାଇବେ ଏହି ଦୁଇ ରାଶି

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ସୁଖଦାୟକ ହେବ। କର୍ମ କ୍ଷେତ୍ରରୁ...

Related Articles

Popular Categories