www.samajalive.in
Tuesday, December 9, 2025
26.1 C
Bhubaneswar

ଯାଜପୁର ଜିଲ୍ଲାସ୍ତରୀୟ ସଦଭାବନା ଦିବସ ପାଳିତ

ଯାଜପୁର: ଯାଜପୁର ଜିଲ୍ଲାସ୍ତରୀୟ ସଦ୍ଭାବନା ଦିବସ ଗୁରୁବାର ପୂର୍ବାହ୍ନରେ ପାଳିତ ହୋଇଯାଇଛି। ଭାରପ୍ରାପ୍ତ ଜିଲ୍ଲାପାଳ ଅକ୍ଷୟ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଦିବସରେ ରାଷ୍ଟ୍ରୀୟ ଏକତା, ଅଖଣ୍ଡତା, ସଦ୍ଭାବନା ପାଇଁ ଶପଥ ପାଠ କରାଯାଇଥିଲା। ଜାତି, ଧର୍ମ, ସମ୍ପ୍ରଦାୟ ଓ ଭାଷାର ଭେଦଭାବ ନ ରଖି ଆମେ ସମସ୍ତେ ଭାରତବାସୀ ଏକ ଓ ଅଭିନ୍ନ ବୋଲି ଶ୍ରୀ ମଲ୍ଲିକ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ସଭାପତି ନରେଶ ଚନ୍ଦ୍ର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ମିହିର ପ୍ରସାଦ ମହାନ୍ତି, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅଶୋକ କୁମାର ବେଉରିଆ, ଡେପୁଟୀ କଲେକ୍ଟର କାଜଲ ପ୍ରଧାନ, ପ୍ରଜ୍ଞା ହୋତା, ଦଶରଥପୁର ବି.ଡି.ଓ., ନାରାୟଣ ଚନ୍ଦ୍ର ନାୟକ, ଯାଜପୁର ବି.ଡି.ଓ., ସୈାରଭ ଚକ୍ରର୍ବୀ, ବିଂଝାରପୁର ବି.ଡି.ଓ., ମିନତୀ ଜଗଦେବ, ଯାଜପୁର ତହସିଲଦାର ଜ୍ୟୋତିକାନ୍ତ ଭୂଜବଳ, ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି ଶପଥ ପାଠ କରିଥିଲେ।

ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ ସଦଭାବନା ଦିବସ ପାଳନର ଆଭିମୁଖ୍ୟ ସଂପର୍କରେ ଆଲୋକପାତ କରିବା ସହ ଶପଥ ପାଠ କରାଇଥିଲେ। ସୂଚନା ଯୋଗ୍ୟ ଯେ, ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ଜନ୍ମ ଦିବସ ୨୦ ଅଗଷ୍ଟକୁ ରାଷ୍ଟ୍ରୀୟ ସଦ୍ଭାବନା ଦିବସ ଭାବେ ପାଳନ କରାଯାଇଆସୁଛି। ତେବେ ଚଳିତ ବର୍ଷ ୨୦ ଅଗଷ୍ଟ ମହରମ୍ ପାଇଁ ଛୁଟି ଥିବାରୁ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଅଗଷ୍ଟ ୧୯ ତାରିଖରେ ଏହା ପାଳିତ ହୋଇଛି।

Hot this week

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

Related Articles

Popular Categories