www.samajalive.in
Sunday, December 14, 2025
18.1 C
Bhubaneswar

ସଦଭାବନା ଦିବସ ଉପଲକ୍ଷେ ଶପଥ ପାଠ ଉତ୍ସବ

ବୌଦ୍ଧ: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ତଥା ସଦଭାବନା ଦିବସ ଉପଲକ୍ଷେ ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟରେ ଜିଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଶ୍ରୀଯୁକ୍ତ ମିଶ୍ର ଏହି ଦିବସ ପାଳନର ତାତ୍ପର୍ଯ୍ୟ ସଂପର୍କରେ ଆଲୋକପାତ କରିବା ସହିତ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ। ଅନୁଷ୍ଠିତ ଶପଥ ପାଠ ଉତ୍ସବରେ ଜାତି,ଧର୍ମ,ସଂପ୍ରଦାୟ,ଭାଷାକୁ ନେଇ କୌଣସି ବିଭେଦ ନରଖି ସମସ୍ତଙ୍କ ମଧ୍ୟରେ ଭାବନାତ୍ମକ ଏକତା ଏବଂ ସଦଭାବନା ରଖି କାର୍ଯ୍ୟ କରିବା ହିଂସାର ଆଶ୍ରୟ ନନେଇ ସମସ୍ତ ପ୍ରକାର ମତଭେଦକୁ କଥାବାର୍ତ୍ତା ଏବଂ ସାମ୍ବିଧାନିକ ମାଧ୍ୟମରେ ସମାଧାନ ପାଇଁ ଶପଥ ପାଠ କରାଯାଇଥିଲା। ଏହି ଶପଥ ପାଠ ଉତ୍ସବରେ ଉପଜିଲାପାଳ ଅଶ୍ୱନୀ କୁମାର ମେହେର,ଡେପୁଟି କଲେକ୍ଟର ତଥା ଜିଲା ପଞ୍ଚାୟତ ଅଧିକାରୀ ଅବନୀକାନ୍ତ ସାହୁ,ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରୀତାକାନ୍ତି ବଳିଆରସିଂହ,ସହକାରୀ ଜିଲାପାଳ ବିରଞ୍ଚି ଧରୁଆ,ଅବକାରୀ ଅଧିକ୍ଷକ କ୍ରିଷ୍ଣା ନାୟକ,ଜିଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ,ପୋଲିସ କର୍ମଚାରୀମାନେ ଉପସ୍ଥିତ ଥିଲେ। ଏହି ଦିବସ ଉପଲକ୍ଷେ ବୌଦ୍ଧର ଅନ୍ୟାନ୍ୟ କାର୍ଯ୍ୟାଳୟ ମାନଙ୍କରେ ମଧ୍ୟ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories