www.samajalive.in
Sunday, December 7, 2025
15.1 C
Bhubaneswar

୨୩ରେ ଖୋଲିବ ବାବା ଆଖଣ୍ଡଳମଣିଙ୍କ ମନ୍ଦିର

-କୋଭିଡ -୧୯  ଅନୁଯାୟୀ ୧୦ବର୍ଷରୁ କମ୍ ଓ ୬୫ବର୍ଷରୁ ଅଧିକ ବୟସ ବ୍ୟକ୍ତିଙ୍କୁ ମନ୍ଦିର ପ୍ରବେଶ ମନା
-ସକାଳ ୬ଟାରୁ ସନ୍ଧ୍ୟା ୮ଟା ଯାଏଁ ଦର୍ଶନ ବ୍ୟବସ୍ଥା

ଆରଡି : ଦୀର୍ଘ ୪ମାସ ପରେ  ଆସନ୍ତା ୨୩ ତାରିଖରେ ଅର୍ଥାତ ସୋମବାର କୋଭିଡ କଟକଣା ମଧ୍ୟରେ ଖୋଲିବ ଆରଡିପୀଠର ବାବା ଆଖଣ୍ଡଳମଣିଙ୍କ ମନ୍ଦିର । ଏଥିପାଇଁ ସ୍ବତନ୍ତ୍ର ଏସଓପି ଜାରି କରିଛନ୍ତି ଭଦ୍ରକ ଜିଲାପାଳ ତ୍ରିଲୋଚନ ମାଝୀ। ମନ୍ଦିରର ସାନିଟାଇଜ ପାଇଁ ପ୍ରତି ଶନିବାର ସର୍ବସାଧାରଣ ଭକ୍ତଙ୍କ ଦର୍ଶନ ବନ୍ଦ ରହିବ। ସେହିପରି କୋଭିଡ-୧୯ର ନିୟମ ଅନୁଯାୟୀ ୧୦ବର୍ଷରୁ କମ୍ ଓ ୬୫ବର୍ଷରୁ ଅଧିକ ବୟସର ବ୍ୟକ୍ତିଙ୍କୁ ମନ୍ଦିର ପ୍ରବେଶ ଉପରେ ରୋକ ଲଗାଇଛି ଜିଲା ପ୍ରଶାସନ। ଦର୍ଶନ ନିମନ୍ତେ ସକାଳ ୬ଟାରୁ ସନ୍ଧ୍ୟା ୮ଟା ଯାଏଁ ମନ୍ଦିର ଖୋଲା ରହିବ। ଭକ୍ତ ସେବାୟତମାନେ ମାକ୍ସ ବ୍ୟବହାର କରିବା ସହ ସାମାଜିକ ଦୂରତା ରକ୍ଷା କରିବା ପାଇଁ ପରାମର୍ଶ ଦେଇଛି ପ୍ରଶାସନ। ତାହାସହ ଭକ୍ତମାନେ କେବଳ ବାବାଙ୍କୁ ଦର୍ଶନ କରିବେ। ଶ୍ରଦ୍ଧାଳୁମାନେ ଭୋଗଡାଲା , ଫୁଲ, ବେଲପତ୍ର ଆଦି ଭକ୍ତମାନେ ନେଇ ପାରିବେ ନାହିଁ। ଏଥିସହ ପାର୍ଶ୍ବଦେବାଦେବୀଙ୍କୁ ସ୍ପର୍ଷ କରିପାରିବେ ନାହିଁ । ମଣିବାବାଙ୍କ ନୀତିକାନ୍ତି ପୂର୍ବପରି ସେବାୟତଙ୍କ ଦ୍ବାରା ସମ୍ପନ୍ନ କରାଯିବ। ମନ୍ଦିର ମଧ୍ୟରେ ବିବାହ, ମେଳା ଆଦି ପୂଜାର୍ଚ୍ଚନା ଉପରେ ପୂର୍ବପରି କଟକଣା ବଳବତ୍ତର ରହିବ ବୋଲି ମନ୍ଦିର ଟ୍ରଷ୍ଟି ତଥା ଉପଜିଲାପାଳ ପିତାମ୍ବର ସାମଲ କହିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories