www.samajalive.in
Wednesday, December 10, 2025
23.1 C
Bhubaneswar

ଭୁବନେଶ୍ବର ଏମ୍‌ସରେ ଗରିବ ଲୋକଙ୍କୁ ମିଳିବ ମାଗଣା ଇକମୋ ଚିକିତ୍ସା

ଭୁବନେଶ୍ୱର: ଭୁବନେଶ୍ୱର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍‌ସ)ରେ ମାଗଣାରେ ଗରିବ ଲୋକଙ୍କୁ ବ୍ୟୟବହୁଳ ଇକ୍‌ମୋ ଚିକିତ୍ସା ପ୍ରଦାନ କରାଯିବ। ରେସନକାର୍ଡ଼ ଧାରୀ ଓ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏହି ସେବା ଉପଲବ୍ଧ ହେବ ବୋଲି ଏମ୍‌ସ ଅଧୀକ୍ଷକ ଡା.ସଚ୍ଚିଦାନନ୍ଦ ମହାନ୍ତି ସୂଚନା ଦେଇଛନ୍ତି। ଅଧୀକ୍ଷକ ଡା.ସଚ୍ଚିଦାନନ୍ଦ ମହାନ୍ତି କହିଛନ୍ତି ଯେ କୌଣସି ଗରିବ ଲୋକଙ୍କୁ ଭୁବନେଶ୍ବର ଏମ୍‌ସ ପକ୍ଷରୁ ଗରିବ ଲୋକଙ୍କୁ ଇକମୋ ଚିକିତ୍ସା ପ୍ରଦାନ କରାଯିବ। ସେମାନେ ଆବଶ୍ୟକ କାଗଜପତ୍ର ଦେଖାଇ ଏଠାରେ ସମ୍ପୂର୍ଣ୍ଣ ମାଗଣାରେ ଚିକିତ୍ସା ପାଇପାରିବେ। ରେସନକାର୍ଡ଼ ଧାରୀ ଓ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏହି ସେବା ଉପଲବ୍ଧ ହେବ।

ମହାମାରୀ କରୋନା ଆକ୍ରାନ୍ତରେ ଗୁରୁତର ହେଉଥିବା ରୋଗୀଙ୍କ ପାଇଁ ବ୍ୟୟବହୁଳ ଇକ୍‌ମୋ ଚିକିତ୍ସା ଆବଶ୍ୟକ ହୋଇଥାଏ। ଏଥିପାଇଁ ଓଡ଼ିଶାରୁ ବହୁ ଗୁରୁତର ରୋଗୀ କଲକାତା, ଚେନ୍ନାଇ ପରି ସହରରେ ଥିବା ମେଡିକାଲ୍‌କୁ ଏୟାଲିଫ୍ଟି ହେଉଥିଲେ। ରାଜ୍ୟରେ ଆବଶ୍ୟକତା ଦେଖି ସରକାର ଏସ୍‌ସିବି ବଡ଼ ମେଡିକାଲ୍‌, କ୍ୟାପିଟାଲ ମେଡିକାଲ୍‌ରେ ଇକ୍‌ମୋ ମେସିନ୍‌ ଇନ୍‌ଷ୍ଟଲ କରିଥିଲେ। ସେହିପରି ଭୁବନେଶ୍ବର ଏମ୍‌ସରେ ମଧ୍ୟ ଇକ୍‌ମୋ ମେସିନ୍‌ ଲାଗିଥିଲା। ଜୁଲାଇ ୧୫ ତାରିଖରୁ ଭୁବନେଶ୍ବର ଏମ୍‌ସରେ ଇକମୋ କାର୍ଯ୍ୟକ୍ଷମ ହେଉଛି। ଏହାଦ୍ୱାରା ଲାଇଫ୍‌ ସପୋର୍ଟ ଆବଶ୍ୟକ ହେଉଥିବା ରୋଗୀଙ୍କୁ ଆଉ ବ୍ୟୟବହୁଳ ଏୟାରଲିଫ୍‌ଟିଂ କରିବାକୁ ପଡ଼ିବ ନାହିଁ ବୋଲି ଅନୁମାନ କରାଯାଉଛି।

Hot this week

ଭାରତରେ ପ୍ରତିଦିନ ୫୨ଗର୍ଭବତୀ ମହିଳାଙ୍କ ମୃତ୍ୟୁ: ବିଶ୍ୱରେ ପ୍ରତି ୨ମିନିଟରେ ଜଣେ, କାରଣ କ’ଣ?

ସମାଜ ଡିଜିଟାଲ ଡେସ୍କ: ବିଶ୍ୱରେ ୨୦୨୩ ମସିହାରେ, ଗର୍ଭାବସ୍ଥା କିମ୍ବା ପ୍ରସବ...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣା; ଲୁଥ୍ରା ଭ୍ରାତାଙ୍କ ବିରୋଧରେ ବ୍ଲୁ କର୍ଣ୍ଣର ନୋଟିସ

ପାଣାଜୀ: ଗୋଆ ରାଜଧାନୀ ପାଣାଜୀସ୍ଥିତ ଏକ ନାଇଟ୍‌ କ୍ଲବରେ ଗତ ରବିବାର...

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

Related Articles

Popular Categories