www.samajalive.in
Thursday, December 11, 2025
18.1 C
Bhubaneswar

ଓଡିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଉତ୍ତର ଓଡିଶା ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଘୂର୍ଣ୍ଣି ବଳୟ ସମୁଦ୍ର ପତନରୁ ୩.୬ କିମି ଉଚ୍ଚତାରେ କେନ୍ଦ୍ରଭୂତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରପଡା, ବଲାଙ୍ଗୀର ଓ ଢେଙ୍କାନାଳ ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ହେବା ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ରାଜ୍ୟର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି । ରବିବାର ବାରିପଦାରେ ସର୍ବାଧିକ ତାପମାତ୍ରା ୩୨.୪ ଡିଗ୍ରୀ ସେଲିୟସ୍ ଓ ସର୍ବନିମ୍ନ ତାପମାତ୍ରା ୧୯ ଡିଗ୍ରୀ ସେଲିୟସ୍ ସୁନ୍ଦରଗଡରେ ରେକର୍ଡ କରାଯାଇଛି । ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଉତ୍ତର ଓଡିଶାର ପ୍ରବଳ ବର୍ଷା ହୋଇଥିବା ଜଣାପଡିଛି। ସୁନ୍ଦରଗଡ ଜିଲା ଗୁରୁଣ୍ଡିଆରେ ୧୩ ସେମି ବର୍ଷା ରେର୍କଡ କରାଯାଇଛି ।

Hot this week

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

Related Articles

Popular Categories