www.samajalive.in
Wednesday, December 10, 2025
23.1 C
Bhubaneswar

ଉତ୍ତରପ୍ରଦେଶରେ ଝଡ଼ ବର୍ଷା: ୧୬ ମୃତ

ଲକ୍ଷ୍ନୌ : ଉତ୍ତରପ୍ରଦେଶରେ ଗତ ୨୪ ଘଣ୍ଟା ଧରି ଲାଗି ରହିଥିବା ଝଡବର୍ଷାରେ ୧୬ ଜଣଙ୍କ ମୃତ୍ୟୁ ଘଟିଛି ଓ ୧୨ ଜଣ ଆହତ ହୋଇଛନ୍ତି। ସୂଚନା ଅନୁସାରେ ଶନିବାର ଅପରାହ୍ଣରୁ ଝଡ଼ ବର୍ଷା ଲାଗି ରହିଛି। ଶାହଜାହାଁପୁରରେ ବଜ୍ରପାତରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ଝଡ଼ ବର୍ଷାରେ ୧୬ଟି ଜିଲା ବହୁଳ ଭାବେ ପ୍ରଭାବିତ ହୋଇଛନ୍ତି। ଏଥିରେ ୪୬୧ଟି ଘର କ୍ଷତିଗ୍ରସ୍ତ ହୋଇଛି ଓ ୧୮ଟି ଗୋରୁଙ୍କ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଭାବିତ ଜିଲାରେ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି। ବିଭାଗୀୟ ମନ୍ତ୍ରୀ ଏବଂ ବିଧାୟକମାନେ ନିଜ ନିଜ ଅଞ୍ଚଳ ଗସ୍ତ କରି ପରିସ୍ଥିତି ଅନୁଧ୍ୟାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି। ଝଡ଼ବର୍ଷାରେ ଶାହାଜାହାଁପୁରରେ ୬, ସୀତାପୁରରେ ୩, ଅମେଥିରେ ଏବଂ ଆଉରିଆରେ ୨ ଜଣ ଲେଖାଏଁ ଲୋକଙ୍କ ମୃତ୍ୟୁ ଘଟିଛି। ସେହପପରି ଲକ୍ଷ୍ମୀପୁର, ରାୟବରେଲି, ଉନ୍ନାଓରେ ଜଣେ ଲେଖାଏଁ ଲୋକଙ୍କ ମତ୍ୟୁ ଘଟିଛି।

Hot this week

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

Related Articles

Popular Categories