www.samajalive.in
Sunday, December 7, 2025
26.1 C
Bhubaneswar

ସ୍ୱାଧୀନତା ସଂଗ୍ରାମୀ ହୃଦାନନ୍ଦ ରାଉତଙ୍କ ପରଲୋକ

ଭଦ୍ରକ : ସ୍ୱାଧୀନତା ସଂଗ୍ରାମୀ ହୃଦାନନ୍ଦ ରାଉତ(୯୧)ଙ୍କର ସୋମବାର ଭଦ୍ରକ ବ୍ଲକ କଲେଇ ପଞ୍ଚାୟତର ବଳଭଦ୍ରପୁରସ୍ଥିତ ବାସଭବନରେ ପରଲୋକ ହୋଇଛି। ସେ କିଛିଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ଆଜି ସନ୍ଧ୍ୟା ୬ଟା ୩୦ରେ ତାଙ୍କର ପରଲୋକ ହୋଇଛି। ସ୍ୱର୍ଗତ ରାଉତ ଡ. ହରେକୃଷ୍ଣ ମହତାବ ଓ ଭଦ୍ରକର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ହନିଫ ବାବୁଙ୍କ ସଂସ୍ପର୍ଶରେ ଆସି ସ୍ୱାଧୀନତା ସଂଗ୍ରାମରେ ଝାସ ଦେଇଥିଲେ। ନିଜ ଅଞ୍ଚଳରେ ବହୁ ସାମାଜିକ କାର୍ଯ୍ୟ କରିବା ସହ ବିଦ୍ୟାଳୟ, ଦେବାଳୟ ଓ ଡାକ୍ତରଖାନା ସ୍ଥାପନ କରିବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ସେ ମଧ୍ୟ ନବନିର୍ମାଣ କୃଷକ ସଙ୍ଗଠନର ଉପଦେଷ୍ଟା ଥିଲେ। ମୃତ୍ୟୁଶଯ୍ୟା ନିକଟରେ ତାଙ୍କର ତିନି ପୁଅ, ବୋହୂ, ତିନି ଝିଅ, ପୁତୁରା ସାମ୍ବାଦିକ ପ୍ରମୋଦ ରାୟ, ଶିକ୍ଷାବିତ ବାବୁଲା ରାଉତ ପ୍ରମୁଖ ଉପସ୍ଥିତ ଥିଲେ। ତାଙ୍କ ପରଲୋକ ଖବର ପାଇ ସରପଞ୍ଚ ମୀନାକ୍ଷୀ ପରିଡା, ଭଦ୍ରକ ବ୍ଲକ ଉପାଧ୍ୟକ୍ଷା ଜ୍ୟୋତ୍ସ୍ନା ରାଉତଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶେଷ ଦର୍ଶନ କରିଛନ୍ତି। ସାଂସଦ ମଞ୍ଜୁଲତା ମଣ୍ଡଳ, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ, ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ, ଧାମନଗର ବିଧାୟକ ବିଷ୍ଣୁ ସେଠୀ, ପୂର୍ବତନ ବିଧାୟକ ଯୁଗଳ ପଟ୍ଟନାୟକ, ନରେନ ପଲେଇ, ରାଜେନ୍ଦ୍ର ଦାସ, ମୁକ୍ତିକାନ୍ତ ମଣ୍ଡଳ, ନବ ନିର୍ମାଣ କୃଷକ ସଙ୍ଗଠନର ରାଜ୍ୟ ସଂଯୋଜକ ଅକ୍ଷୟ ସାହୁ, ଜିଲା ସଂଯୋଜକ ତ୍ରିଲୋଚନ ପଣ୍ଡା ପ୍ରମୁଖଙ୍କ ସମେତ ବହୁ ବ୍ୟକ୍ତିବିଶେଷ ସ୍ୱର୍ଗତ ରାଉତଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories