www.samajalive.in
Tuesday, December 9, 2025
23.1 C
Bhubaneswar

ଆଜି ୪ଟାରେ ମାଟ୍ରିକ୍‌ ଅଫ୍‌ଲାଇନ୍‌ ପରୀକ୍ଷା ଫଳ

କଟକ: ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ମାଟ୍ରିକ୍‌ ଅଫ୍‌ଲାଇନ୍‌ ପରୀକ୍ଷା ଫଳ। ମାଟ୍ରିକ ଫଳ ପ୍ରକାଶ ପାଇବା ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି। ବୋର୍ଡ ଦ୍ୱାରା ବିକଳ୍ପ ମୂଲ୍ୟାୟନ ପଦ୍ଧତିରେ ପ୍ରକାଶିତ ପରୀକ୍ଷା ଫଳରେ ଅସନ୍ତୁଷ୍ଟ ହୋଇ ପରକ୍ଷା ଦେଇଥିବା ମୋଟ ୧୫, ୧୩୬ ଜଣ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ।

ସୂଚାନାଯୋଗ୍ୟ, କରୋନା ଯୋଗୁ ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ବାତିଲ କରାଯାଇଥିଲା। ତେଣୁ ବୋର୍ଡ ପକ୍ଷରୁ ବିକଳ୍ପ ବ୍ୟବସ୍ଥା ଯୋଗେ ଛାତ୍ରଛାତ୍ରୀଙ୍କର ମୂଲ୍ୟାୟନ କରାଯାଇ ଜୁନ୍ ୨୫ ତାରିଖରେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ କରାଯାଇଥିଲା। ତେବେ ଏହି ପରୀକ୍ଷା ଫଳରେ କିଛି ଛାତ୍ରଛାତ୍ରୀ ଅସନ୍ତୋଷ ପ୍ରକାଶ କରିଥିଲେ। ସେମାନଙ୍କ ମଧ୍ୟରୁ ଏହି ୧୫,୧୩୬ ଜଣ ଅଫ୍‌ଲାଇନ୍‌ରେ ଅର୍ଥାତ୍ ପରୀକ୍ଷା କେନ୍ଦ୍ରକୁ ଆସି ପରୀକ୍ଷା ଦେଇଥିଲେ।

- Advertisement -

ବୋର୍ଡ ତା’ର ପୂର୍ବ ଘୋଷଣା ମୁତାବକ, ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ଜୁଲାଇ ୫ ତାରିଖରୁ ଫର୍ମ ପୂରଣ ଆରମ୍ଭ କରିଥିଲା, ଯାହା ଜୁଲାଇ ୧୪ ତାରିଖ ପର୍ଯ୍ୟନ୍ତ ଚାଲିଥିଲା। ଏହା ପରେ ଜୁଲାଇ ୩୦ ତାରିଖରୁ ପରୀକ୍ଷା ଆରମ୍ଭ ହୋଇଥିଲା।

 

Hot this week

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

ଚାଉଳ ଯୋଗାଣ ବନ୍ଦ ; ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଟିଟିଲାଗଡ଼ : ଚାଉଳ ଯୋଗାଣ ବନ୍ଦ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା...

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

Related Articles

Popular Categories