www.samajalive.in
Wednesday, December 10, 2025
23.1 C
Bhubaneswar

ପୋଖରୀରେ ବୁଡି ଜଣେ ମୃତ

ତେଲକୋଇ: ତେଲକୋଇ ଥାନା ଅନ୍ତର୍ଗତ ସଲେଇକେନା ପଞ୍ଚାୟତ ଅଧିନସ୍ଥ ଜନସନପୁର ଗ୍ରାମରେ ପୋଖରୀରେ ବୁଡି ଜଣକର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ ଗ୍ରାମର ଗୋପୀ ଜୁଆଙ୍ଗ (୫୦) ଗାଧୋଇବା ପାଇଁ ଯାଇଥିବା ବେଳେ ଗୋଡ ଖସି ପୋଖରୀରେ ବୁଡିଯାଇଥିଲେ। ବହୁ ସମୟ ଧରି ଘରକୁ ନ ଫେରିବାରୁ ଘରଲୋକ ତାଙ୍କୁ ଖୋଜି ଖୋଜି ପୋଖରୀ ପାଖକୁ ଯାଇଥିଲେ। ସେଠାରେ ଗାମୁଛା ଏବଂ ଚପଲ ଦେଖିବା ପରେ ଖୋଜାଖୋଜି କରି ନପାଇବାରୁ ଦମକଳ ବାହିନୀକୁ ସୂଚନା ଦେଇଥିଲେ। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗୋପୀଙ୍କୁ ଉଦ୍ଧାର କରି ତେଲକୋଇ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରିଥିଲେ। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories