www.samajalive.in
Sunday, December 14, 2025
23.1 C
Bhubaneswar

ପାପାଡ଼ାହାଣ୍ଡି ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମନ୍ତ୍ରୀ ତୁଷାରକାନ୍ତି ବେହେରା

ଭୁବନେଶ୍ୱର:ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ଆଜି ନବରଙ୍ଗପୁର ଜିଲ୍ଲାସ୍ଥିତ ପାପଡ଼ାହାଣ୍ଡି ବ୍ଲକ୍‌ ଶହୀଦ ସ୍ତମ୍ଭଠାରେ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ ଶ୍ରୀ ବେହେରା ୧୯୪୨ ମସିହା ଅଗଷ୍ଟ ୨୪ର ସେହି ଦିନକୁ ମନେ ପକାଇବା ସହ ଅମର ଶହୀଦମାନଙ୍କ ସେହି ବଳିଦାନ ଓଡ଼ିଆ ପୁଅଙ୍କ ବୀରତ୍ୱର ଗାଥାକୁ ପ୍ରତିପାଦନ କରୁଛି। ସ୍ୱାଧୀନତା ଇତିହାସର ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ଏହି ଘଟଣା ଆମକୁ ଦେଶ, ଜାତି ଓ ରାଜ୍ୟ ପାଇଁ କିଛି କରିବାର ପ୍ରେରଣା ଯୋଗାଇ ଆସୁଛି ବୋଲି ମନ୍ତ୍ରୀ ଶ୍ରୀ ବେହେରା କହିଥିଲେ।

 

- Advertisement -

ଆଜିର ଉତ୍ସବରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ, ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ, ଝରିଗାଁ ବିଧାୟକ ପ୍ରକାଶ ଚନ୍ଦ୍ର ମାଝୀ, ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀଙ୍କ ସହ ଜିଲାପାଳ ଡ. ଅଜିତ କୁମାର ମିଶ୍ର, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ରମାକାନ୍ତ ନାୟକ, ଏଡିଏମ୍‌ ଭାସ୍କର ରଇତ, ଆରକ୍ଷୀ ଅଧୀକ୍ଷକ ପରମାରସ୍ମିତ ପର୍‌ଷୋତ୍ତମ ଦାସ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories