ପୁରୀ : ଆଜି ଭାଦ୍ରବ ମାସ କୃଷ୍ଣ ତୃତୀୟା ତିଥି। ଏହି ଅବସରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଗୁପ୍ତ ନୀତି ହୋଇଥିବାରୁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଛି। ଦ୍ୱିତୀୟ ଭୋଗମଣ୍ଡପ ପରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହାପରେ ଆସନ୍ତାକାଲି ଠାରୁ ପୁଣି ସର୍ବସାଧାରଣ ସକାଳ ୭ଟାରେ ମହାପ୍ରଭୁଙ୍କୁ ଦର୍ଶନ କରିବେ।
Popular Categories



