www.samajalive.in
Sunday, December 14, 2025
19.1 C
Bhubaneswar

ମରୁଡି ପରିଚାଳନା ଏବଂ ସମ୍ଭାବ୍ୟ ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ ଅଜିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅଶୋକ ମେହେଟା ସଭାଗୃହରେ ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ନବରଙ୍ଗପୁର ଜିଲ୍ଲାରେ ସ୍ୱଳ୍ପ ବୃଷ୍ଟି ଯୋଗୁଁ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ମରୁଡ଼ିର ପରିଚାଳନା ଏବଂ ମୁକାବିଲା ପାଇଁ ଆଲୋଚନା ହୋଇଥିଲା। ଏହି ବୈଠକରେ ବିଭାଗ ବାରି ସମୀକ୍ଷା କରିଥିଲେ। ବିଶେଷ କରି ଜଳସମ୍ପଦ, କୃଷି ଏବଂ ଶକ୍ତି ବିଭାଗ ଉପରେ ବିସ୍ତୁତ ଭାବରେ ଆଲୋଚନା କରିଥିଲେ। ଜିଲ୍ଲାର କୃଷି, ଜଳବିଭାଜିକା, ପଶୁସମ୍ପଦ ବିଭାଗ, ଉଦ୍ୟାନ ବିଭାଗ, କ୍ଷୁଦ୍ର ଜଳସେଚନ ବିଭାଗରେ ଲକ୍ଷ ଧାର୍ଯ୍ୟ ଠାରୁ ବହୁତ କମ ଶ୍ରମ ଦିବସ ସୃଷ୍ଟି କରିଥିବାରୁ ଜିଲ୍ଲାପାଳ ଡଃ ଅଜିତ କୁମାର ମିଶ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ନିଜ ନିଜ ବିଭାଗର କ୍ଷେତ୍ର କର୍ମଚାରୀଙ୍କ ସହ ବିସ୍ତୃତ ଭାବରେ ସମୀକ୍ଷା କରି ଏକ ଜିଲ୍ଲା ସ୍ତରୀୟ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀ ଙ୍କୁ ଡ଼ଃ ମିଶ୍ର ନିର୍ଦ୍ଦେଶ ଦେଇଥିଲେ।

ଆଗାମୀ ସାତ ଦିନ ମଧ୍ୟରେ ଧାର୍ଯ୍ୟ ଅବଶକୀୟ ଶ୍ରମ ଦିବସ ସୃଷ୍ଟି ନ କଲେ ବିଭାଗୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ତାଗିତ କରାଯାଇଛି। ଯୁଦ୍ଧକାଳୀନ ଭିତ୍ତିରେ କେନାଲଗୁଡିକର ମରାମତି କାର୍ଯ୍ୟ ଶେଷ କରି ଚାଷୀଙ୍କୁ ଅଵଶ୍ୟକୀୟ ଜଳ ଯୋଗାଇ ଦେବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଡ଼ଃ ମିଶ୍ର ନିର୍ଦ୍ଦେଶ ଦେଇଥିଲେ।

- Advertisement -

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପ୍ରକଳ୍ପ ନିର୍ଦେଶକ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା, ରତ୍ନାକର ସାହୁ,ଅତିରିକ୍ତ ଜିଲ୍ଲାପାଳ, ଭାସ୍କର ରଇତ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ, ମୌସୁମୀ ନାୟକ, ପ୍ରକଳ୍ପ ନିର୍ଦେଶକ, ଜଳଛାୟା ଓ ବିଭାଜିତ,ଲକ୍ଷ୍ମୀଧର ଜେନା, ନିର୍ବାହୀ ଯନ୍ତ୍ରୀ, କ୍ଷୁଦ୍ର ଜଳ ସେଚନ, ସୁରେଶ ଚନ୍ଦ୍ର ପ୍ରଧାନ, ନିର୍ବାହୀ ଯନ୍ତ୍ରୀ, ଉଠା ଜଳସେଚନ, ଦିଲ୍ଲୀପ କୁମାର ଦାସ, ନିର୍ବାହୀ ଯନ୍ତ୍ରୀ, TPSODL, ସୁଶାନ୍ତ କୁମାର ସାହୁ, ଉପ ନିର୍ଦ୍ଦେଶକ, ଉଦ୍ୟାନ ବିଭାଗ, ଡ଼ଃ ପ୍ରଦୋଷ ପଣ୍ଡା, ଜିଲ୍ଲା ପରିଚାଳକ, ଓଡ଼ିଶା କୃଷି ଶିଳ୍ପ ନିଗମ, ନବରଙ୍ଗପୁର, ପ୍ରଦୀପ୍ତ କୁମାର ନିସିକା ପ୍ରମୂଖ ଉପସ୍ଥିତ ଥିଲେ।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories