ଭୁବନେଶ୍ବର : ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ ଦୁର୍ବଳ ରହିଛି। ତା’ ସତ୍ତ୍ବେ ଆସନ୍ତା ତିନିଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ ଏବଂ ବୌଦ୍ଧ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ହୋଇପାରେ। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୨୭ ଓ ୨୮ ତାରିଖରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ୨୯ରୁ ବର୍ଷାର ପରିମାଣ କମିବାର ଆଶଙ୍କା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
Popular Categories



