www.samajalive.in
Tuesday, December 9, 2025
23.1 C
Bhubaneswar

କରୋନାରେ ରାଜ୍ୟରେ ଆଉ ୬୬ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୬୨୮କୁ ବୃଦ୍ଧିପାଇଛି। ଗତ କିଛିଦିନ କରୋନା ମୃତ୍ୟୁରେ କଟକ ଜିଲା ଉପରେ ରହିଆସୁଥିବାବେଳେ ବୁଧବାର ଦିନ ଏହି ଜିଲାରେ ୧୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ସମ୍ବଲପୁର ଜିଲାରେ ୧୧ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ରାଜ୍ୟର ଜଗତସିଂହପୁର ଜିଲାରେ ୮, ବରଗଡରେ ୮, ଯାଜପୁର ୪ ଏବଂ ବଉଦ ଜିଲାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ବଲାଙ୍ଗିର, ଦେବଗଡ ଓ ଢେଙ୍କାନାଳ ଜିଲାରେ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଛି। ଝାରସୁଗୁଡା, କଳାହାଣ୍ଡି ଓ ସୁନ୍ଦରଗଡ ଜିଲାରେ ମଧ୍ୟ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ବାଲେଶ୍ୱର, ଖୋର୍ଦ୍ଧା, ପୁରୀ, ରାୟଗଡା, ସୋନପୁରରେ ଜଣେ ଲେଖାଏଁ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି।

Hot this week

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରାହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

Related Articles

Popular Categories