www.samajalive.in
Saturday, December 13, 2025
21.1 C
Bhubaneswar

କୃଷିବିଜ୍ଞାନ କେନ୍ଦ୍ରରେ ଅମୃତ ମହୋତ୍ସବ ପାଳନ 

ବୌଦ୍ଧ  : ବୌଦ୍ଧ ଜିଲା ପାଲଝାର ଥିବା କୃଷିବିଜ୍ଞାନ କେନ୍ଦ୍ର ପରିରସରରେ ଗୁରୁବାର ଦିନ ଆଜାଦିର ଅମୃତ ମହୋତ୍ସବ ପାଳନ ହୋଇଯାଇଛି। ଏହି କାର୍ଯ୍ୟକ୍ରମ କୃଷିବିଜ୍ଞାନ କେନ୍ଦ୍ରର କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ତଥା ମୁଖ୍ୟ ତପନ କୁମାର ଦାସଙ୍କ ଅଧକ୍ଷ୍ୟତାରେ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ କେନ୍ଦ୍ର ସରକାରଙ୍କ ଦ୍ୱାରା ଖାଦ୍ୟ ସୁରକ୍ଷା ଯୋଜନାର ଉଦ୍ଦେଶ୍ୟ ଉପରେ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ଉଦବୋଧନର ସିଧାପ୍ରସାରଣ କରାଯାଇଥିଲା। କୃଷି ବିଜ୍ଞାନ କେନ୍ଦ୍ରର ଚାଷୀମାନଙ୍କର ଓ ପୋଷତା ତତ୍ୱର ସୁରକ୍ଷା ପାଇଁ କାର୍ଯ୍ୟକ୍ରମ ହୋଇଥିଲା। କାର୍ଯ୍ୟକ୍ରମରେ ଅତିଥି ଭାବେ ଜିଲା ସମାଜ ମଙ୍ଗଳ ଅଧିକାରୀ ଲକ୍ଷପତି ଭୋଇ, ମିଶନ ଶକ୍ତିର ଜିଲା ସଂଯୋଜକ ଦେବଦତ୍ତ ମିଶ୍ର ଯୋଗ ଦେଇଥିଲେ। କୃଷି ବିଜ୍ଞାନ କେନ୍ଦ୍ରର ସସ୍ମିତା ପ୍ରିୟଦର୍ଶନୀ ସ୍ୱାଗତ ଭାଷଣ ଦେବା ସହ ଧନ୍ୟବାଦ ପ୍ରଦାନ କରିଥିଲେ। ଏଥିରେ ବୁଦ୍ଧିଜୀବି , ମହିଳା, ଚାଷୀମାନେ ଯୋଗ ଦେଇଥିଲେ। ଚାଷୀଭାଇମାନଙ୍କୁ ପନିପରିବା ମଞ୍ଜି ବିତରଣ କରାଯାଇଥିଲା। କୃଷିବିଜ୍ଞାନ କେନ୍ଦ୍ରର ମୟୁରୀ ସିଂ ସରଧାର , ହରପ୍ରିୟା ସେଠୀ ଓ ବିଜୟ ବେହେରା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories