www.samajalive.in
Wednesday, December 10, 2025
18.1 C
Bhubaneswar

ବୋଲେରୋ ଧକ୍କାରେ ପୁଲିସ କର୍ମଚାରୀଙ୍କ ମୃତ୍ୟୁ

ଭୁବନେଶ୍ୱର : ବୋଲେରୋ ଧକ୍କାରେ ଜଣେ ପୁଲିସ କର୍ମଚାରୀଙ୍କ ଜୀବନ ଚାଲି ଯାଇଛି। ଆଜି ରାଜଧାନୀ ଭୁବନେଶ୍ୱରର ବାଣୀବିହାର ନିକଟସ୍ଥ ସତସଙ୍ଗ ବିହାର ଛକରେ ସଡକ ଦୁର୍ଘଟଣା ଘଟି ପୁଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ପୁଲିସ କର୍ମଚାରୀଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ତାଙ୍କ ଘର ସୋନପୁର ବୋଲି ଜଣାପଡିଛି। ଦୁର୍ଘଟଣା ଘଟାଇଥିବା ବୋଲେରୋ ଦ୍ରୁତ ଗତିରେ ଥିବା କାରଣରୁ ଦୁର୍ଘଟଣା ଘଟିଛି ବୋଲି ପ୍ରତ୍ୟେକ୍ଷଦର୍ଶୀ କହିଛନ୍ତି। ଦୁର୍ଘଟଣା ପରେ ବୋଲେରୋ ମଧ୍ୟ ଓଲଟି ପଡିଥିଲା। ସେଥିରେ ଥିବା ୩ ଜଣ ଫେରାର ହୋଇ ଯାଇଥିବା ବେଳେ ଜଣଙ୍କୁ ପୁଲିସ ଅଟକ ରଖିଛି। ଘଟଣାର ତଦନ୍ତ ଜାରି ରହିଛି।

Hot this week

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

Related Articles

Popular Categories