www.samajalive.in
Tuesday, December 9, 2025
16.1 C
Bhubaneswar

ଲୋକାର୍ପିତ ହେଲା ଫକୀର ମୋହନ ମେଡିକାଲ କଲେଜ ଓ ହସ୍ପିଟାଲ

ବାଲେଶ୍ବର: ଦୀର୍ଘ ଦିନର ଦାବି ପୂରଣ ହୋଇଛି । ସୋମବାର ବାଲେଶ୍ବର ସ୍ଥିତ ଫକୀର ମୋହନ ମେଡିକାଲ କଲେଜ ଓ ହସ୍ପିଟାଲ ଲୋକାର୍ପିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହାକୁ ଲୋକାର୍ପିତ କରିଛନ୍ତି । ଏହି ଅବସରରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ କୁମାର ଚୌବେ, ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରତାପ ଜେନା, ମନ୍ତ୍ରୀ ଅନନ୍ତ ଦାସ, ସ୍ୱାସ୍ଥ୍ୟ ସଚ୍ଚିବ ପ୍ରମୋଦ ମେହେର୍ଦ୍ଦା, ବିଧାୟକ ଓ ଅନ୍ୟାନ୍ୟ ଜିଲ୍ଲା ପଦାଧିକାରୀ ପ୍ରମୁଖ ଉପସ୍ଥିତ ରହିଛନ୍ତି ।

- Advertisement -

ସୂଚନାଯୋଗ୍ୟ, ବାଲେଶ୍ୱର ମେଡିକାଲ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଦୀର୍ଘ ୧୨ ବର୍ଷ ଧରି ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ଦାବି କରାଯାଇଥିଲା। ଏହି ମେଡିକାଲ ଦ୍ୱାରା ଉତ୍ତର ଓଡିଶା ସମେତ ଛତିଶଗଡ, ଝାଡଖଣ୍ଡ ଓ ପଡୋଶୀ ରାଜ୍ୟର ଲୋକମାନେ ବିଶେଷ ଭାବେ ଉପକୃତ ହୋଇ ପାରିବେ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories