www.samajalive.in
Monday, December 8, 2025
13.1 C
Bhubaneswar

ଟୋକିଓ ପାରାଲିମ୍ପିକ୍ସରେ ରୌପ୍ୟ ଜିତିଲେ ଭାବିନା ପଟେଲ, ୩କୋଟି ପୁରସ୍କାର ରାଶି ଘୋଷଣା କଲେ ଗୁଜୁରାଟ ମୁଖ୍ୟମନ୍ତ୍ରୀ

ଟୋକିଓ: ୨୦୨୦ ଟୋକିଓ ପାରା ଅଲିମ୍ପିକରେ ଆଜି  ଟେବୁଲ ଟେନିସରେ ଭାବିନା ପଟେଲ୍‌ ରୌପ୍ୟ ପଦକ ଜିତି ଭାରତ ପାଇଁ ଇତିହାସ ସୃଷ୍ଟି କରିଛନ୍ତି। ଭାବିନା ପଟେଲ ଭାରତ ପାଇଁ ଟେବୁଲ ଟେନିସରେ ପଦକ ଜିତିବାରେ ପ୍ରଥମ ଭାରତୀୟ ଖେଳାଳି ସାଜିଛନ୍ତି । ଆଜିର ଚୂଡ଼ାନ୍ତ ପ୍ରତିଯୋଗିତାରେ ଜୋଉ ୟିଙ୍ଗ୍ ତାଙ୍କ ଉପରେ ଆଧିପତ୍ୟ ଜାହିର୍‌ କରି ୬ଷ୍ଠ ଥର ଲାଗି ପାରାଲିମ୍ପିକ୍ସ୍‌ ସ୍ବର୍ଣ୍ଣ ପଦକ ହାସଲ କରି ନେଇଛନ୍ତି। ଆଜିର ପ୍ରତିଯୋଗିତାରେ ସେ ଜୋଉଙ୍କ ସହ ଉତ୍ତମ ମୁକାବିଲା କରିଥିଲେ ମଧ୍ୟ ୬ ମିନିଟ୍‌ ପରେ ପ୍ରଥମ୍ ଗେମ୍‌ରେ ସେ ପରାସ୍ତ ହୋଇଥିଲେ। ପରେ ଜୋଉଙ୍କୁ ଟପିଯିବା ତାଙ୍କ ପକ୍ଷରେ ସମ୍ଭବ ହେଲାନାହିଁ। କିନ୍ତୁ, ତାଙ୍କର ଉତ୍କର୍ଷତା ପ୍ରତିପାଦନ ଯୋଗୁଁ ଭାରତ ଗୌରବାନ୍ବିତ ହୋଇଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାବିନାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

 

- Advertisement -

ପ୍ରଥମ କରି ପାରାଲିମ୍ପିକ୍ କ୍ରୀଡ଼ାରେ ଅଂଶ ଗ୍ରହଣ କରିଥିବା ଭାବିନାବେନ୍ ପଟେଲ୍‌ ଉତ୍ତମ କ୍ରୀଡ଼ିକା ଭାବେ କ୍ରୀଡ଼ା କ୍ଷେତ୍ରରେ ପରିଚିତା। ତାଙ୍କୁ ପ୍ରୋତ୍ସାହିତ କରିବାକୁ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ ୩ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି । ଭାବିନା ପଟେଲଙ୍କୁ ପାରାଅଲିମ୍ପିକରେ ପଦକ ଜିତିବା ପରେ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ ଶୁଭେଚ୍ଛା ଜଣେଇବା ସହ ତାଙ୍କ ଟ୍ୱିଟରେ ଲେଖିଛନ୍ତି କି, “ଭାବିନାବେନ ପଟେଲ ଟୋକିଓ ପାରାଲିମ୍ପିକରେ ମେଡାଲ ଜିତିଥିବାରୁ ଅନେକ ଅନେକ ଶୁଭେଚ୍ଛା | ଗୁଜୁରାଟ ସରକାରଙ୍କ ତରଫରୁ ତାଙ୍କୁ ୩ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯିବ ।”
ଉଲ୍ଲେଖଯୋଗ୍ୟ, ସ୍ବର୍ଣ୍ଣ ପଦକ ପ୍ରତିଯୋଗିତାରେ ବିଶ୍ବର ୧ ନମ୍ବର କ୍ରୀଡ଼ିକା ଜୋଉ ୟିଙ୍ଗ୍‌ଙ୍କ ଠାରୁ ପରାସ୍ତ ହୋଇ ୩୪ ବର୍ଷୀୟ ଭାବିନା ମହିଳା ଟେବୁଲ୍‌‌ ଟେନିସ୍‌ ‘ସି-ଫୋର୍‌’ ବର୍ଗରେ ରୌପ୍ୟ ପଦକ ହାସଲ କରିଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories