www.samajalive.in
Thursday, December 11, 2025
15.1 C
Bhubaneswar

ପୋଖରୀରେ ବୁଡି ମହିଳାଙ୍କ ମୃତ୍ୟୁ

କଳାପଥର(ବାଙ୍କୀ): ବାଙ୍କୀ ଥାନା ଅନ୍ତର୍ଗତ ଖମାରଙ୍ଗ ରାସ୍ତା ପାର୍ଶ୍ବରେ ଥିବା ଏକ ପୋଖରୀରେ ବୁଡି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ମହିଳା ଜଣକ ବିନ୍ଦୁ ପଟ୍ଟନାୟକ (୫୪)ବୋଲି ଜଣାପଡିଛି। ପାରିବାରିକ ଅଶାନ୍ତିରୁ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।

ଖମାରଙ୍ଗ କେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଥିବା ଏକ ପୋଖରୀରେ ସୋମବାର ସକାଳୁ ଜଣେ ମହିଳାଙ୍କ ଶବ ଭାସୁଥିବାର ଲୋକମାନେ ଦେଖି ପୁଲିସକୁ ଖବର ଦେଇଥିଲେ। ବାଙ୍କୀ ପୁଲିସ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ଡାକ୍ତରଖାନା ପଠାଇଛି। ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ପୁଲିସ କହିଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories