www.samajalive.in
Saturday, December 13, 2025
23.1 C
Bhubaneswar

ମାରୱାଡି ଯୁବ ମଞ୍ଚ ପକ୍ଷରୁ ସାଇକ୍ଳୋଥନ ଓ ବୃକ୍ଷ ଚାରା ରୋପଣ କାର୍ଯ୍ୟକ୍ରମ

ବୌଦ୍ଧ : ଅଖିଳ ଭାରତୀୟ ମାରୱାଡି ଯୁବ ମଂଚ , ବୌଦ୍ଧ ଶାଖା ପକ୍ଷରୁ ରବିବାର ବୌଦ୍ଧ ଠାରେ ଏକ ସାଇକ୍ଳୋଥନ ଓ ବୃକ୍ଷ ଚାରା ରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜ୍ଞାନ ରଂଜନ ମହାନ୍ତି  ଭାବେ ଯୋଗଦେଇ ସବୁଜ ପତକା ଦେଖାଇ ସାଇକ୍ଳୋଥନର ଶୁଭାରମ୍ଭ କରିଥିଲେ । ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ସହକାରୀ ଜିଲ୍ଲାପାଳ ଅବିନାଶ ପାଣ୍ଡିଆ ଓ ନେହେରୁ ଯୁବ କେନ୍ଦ୍ରର ଜିଲ୍ଲା ପ୍ରଭାରୀ ଭି.ଏସ୍‌. ବୋକେନ ଯୋଗଦେଇଥିଲେ । ଏହି ସାଇକ୍ଳୋଥନ,  ଅଗ୍ରୱାଲା ଭବନରୁ ଆରମ୍ଭ ହୋଇ ଆଇ.ଆର.ବି ଠାରେ ସମାପ୍ତ ହୋଇଥିଲା । ଆଇ.ଆର.ବି ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଡେପୁଟି କମାଣ୍ଡେଂଟ ଲକ୍ଷ୍ମୀଧର ମହାରଣା ଓ ଗୋପବନ୍ଧୁ ତ୍ରିପାଠୀ ଅତିଥି ଭାବେ ଯୋଗଦେଇ ସାଇକ୍ଳୋଥନ ରେ ଅଂଶଗ୍ରହଣ କରିଥିବା ସମସ୍ତଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ଶେଷରେ ଆଇ.ଆର.ବି ଠାରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।

Hot this week

କଲକାତାରେ ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories