www.samajalive.in
Sunday, December 7, 2025
26.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ପତ୍ର : ଛାତ୍ରଛାତ୍ରୀଙ୍କୁ ସ୍ନାତକ ଶେଷ ସେମିଷ୍ଟାରର ମାର୍କସିଟ୍‍ ଶୀଘ୍ର ମିଳୁ

ନୂଆଦିଲ୍ଲୀ : ଓଡ଼ିଶାରେ ସ୍ନାତକ(ୟୁଜି) ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ କଲ୍ୟାଣ ଏବଂ ଭବିଷ୍ୟତକୁ ଦୃଷ୍ଟିରେ ରଖି ସ୍ନାତକ ଶେଷ ପର୍ଯ୍ୟାୟ (ସେମିଷ୍ଟାର) ପରୀକ୍ଷାର ଚୂଡ଼ାନ୍ତ ମାର୍କସିଟ୍‍ କିମ୍ବା ପ୍ରୋଭିଜିନାଲ ମାର୍କସିଟ୍‍ ଶୀଘ୍ର ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଅଗଷ୍ଟ ମାସର ପ୍ରଥମ ଓ ଦ୍ୱିତୀୟ ସପ୍ତାହରେ ଛାତ୍ରଛାତ୍ରୀମାନେ ସଂଚାର ମାଧ୍ୟମ (ଅନଲାଇନ୍‍) ମାଧ୍ୟମରେ ୟୁଜି ଷଷ୍ଠ ତୈମାସିକ ପରୀକ୍ଷା ଦେଇଥିଲେ। ଏହାର ଫଳାଫଳ ପ୍ରକାଶ ପାଇ ନ ଥିବାରୁ ଛାତ୍ରଛାତ୍ରୀ ମହାବିଦ୍ୟାଳୟ ଏବଂ ଓଡ଼ିଶା ଶିକ୍ଷା ବିଭାଗର ଅଧିକାରୀଙ୍କୁ ଏ ନେଇ ଦୃଷ୍ଟି ଆକର୍ଷଣ କରିଥିଲେ। ଏହା ସତ୍ୱେ ଏପର୍ଯ୍ୟନ୍ତ ସେମାନଙ୍କୁ ପ୍ରୋଭିଜିନାଲ ମାର୍କସିଟ୍‍ ଦିଆଯାଇନାହିଁ। ଅନେକ ବିଶ୍ୱବିଦ୍ୟାଳୟରେ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ପରୀକ୍ଷାର୍ଥୀମାନେ ଆଶା ଆଶଙ୍କାରେ ରହିଛନ୍ତି। ପୂର୍ବରୁ ପ୍ରୋଭିଜିନାଲ ମାର୍କସିଟ୍‍ ମଧ୍ୟ ନ ମିଳିବା କାରଣରୁ ଛାତ୍ରଛାତ୍ରୀ ମାନଙ୍କ ଭବିଷ୍ୟତ ଉପରେ ଏହାର ପ୍ରଭାବ ପଡ଼ିବାର ଆଶଙ୍କା କରାଯାଉଛି। ପରୀକ୍ଷା ଫଳ ପ୍ରକାଶ ପାଇ ନ ଥିବାରୁ ଅନେକ ଛାତ୍ରଛାତ୍ରୀ ମିଜୋରାମ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, ଭାରଥିଆର ବିଶ୍ୱବିଦ୍ୟାଳୟରେ ନାମ ଲେଖାଇବାରୁ ବଞ୍ଚିତ ହୋଇଛନ୍ତି। ମୁମ୍ବାଇ ବିଶ୍ୱବିଦ୍ୟାଳୟ, କୁମାଁଉ ବିଶ୍ୱବିଦ୍ୟାଳୟ ଭଳି ଅନେକ ବିଶ୍ୱବିଦ୍ୟାଳୟରେ ନାମଲେଖା ତାରିଖ ନିକଟବର୍ତ୍ତୀ ହେଉଥିବାରୁ ଛାତ୍ରଛାତ୍ରୀମାନେ ନେଇ ଦ୍ୱନ୍ଦରେ ଅଛନ୍ତି। ଏହାସହ ରାଜ୍ୟ ବାହାରେ ଅଫ୍‌ଲାଇନ ମାଧ୍ୟମରେ ହେଉଥିବା ବିଶ୍ୱବିଦ୍ୟାଳୟ ପ୍ରବେଶିକା ପରୀକ୍ଷାରୁ ମଧ୍ୟ ବଞ୍ଚିତ ହେଉଛନ୍ତି। ଏ ସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବ୍ୟକ୍ତିଗତ ହସ୍ତକ୍ଷେପ କରି ଛାତ୍ରଛାତ୍ରୀଙ୍କୁ ଷଷ୍ଠ ସେମିଷ୍ଟାର ପରୀକ୍ଷା ଫଳର ଚୂଡାନ୍ତ ମାର୍କସିଟ୍‍ କିମ୍ବା ପ୍ରୋଭିଜିନାଲ ମାର୍କସିଟ୍‍ ଦେବା ପାଇଁ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି। ପ୍ରୋଭିଜିନାଲ ମାର୍କସିଟ୍‍ ଦିଆଗଲେ ପରୀକ୍ଷାର୍ଥୀ ବିଭିନ୍ନ ରାଜ୍ୟ ତଥା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ସ୍ନାତକତୋର ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ସୁଯୋଗ ପାଇପାରିବେ ବୋଲି ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories