www.samajalive.in
Sunday, December 7, 2025
18.1 C
Bhubaneswar

୫ରୁ ବର୍ଷା ବଢ଼ିବ

ଭୁବନେଶ୍ୱର : ଅଗଷ୍ଟ ପହିଲାରୁ ୩୦ ତାରିଖ ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ବର୍ଷା ୩୫୮.୭ ମିମି ହେବାକୁ ଥିବାବେଳେ ୧୯୦.୩ ମିମି ବର୍ଷା ହୋଇଛି। ଯାହାକି ୪୬ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଗତ ୨୮ ତାରିଖରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇଥିବାରୁ ରାଜ୍ୟରେ ବର୍ଷାର ପରିମାଣ କମିଛି। ପାଣିପାଗ କେନ୍ଦ୍ରର ଆକଳନ କହୁଛି, ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ୫ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ସୋମବାର ସକାଳ ସାଢେ ୮ଟାରୁ ଅପରାହ୍ଣ ସାଢେ ୫ଟା ମଧ୍ୟରେ ଭୁବନେଶ୍ୱର, କଟକ, ବାଲେଶ୍ୱର, ବାରିପଦା, ଅନୁଗୋଳ, କେନ୍ଦୁଝର ଓ ଝାରସୁଗୁଡା ଆଦି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇଛି।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories