www.samajalive.in
Monday, December 8, 2025
27.1 C
Bhubaneswar

ଗୃହରେ ଷ୍ଟାଫ ସିଲେକ୍ସନ କମିଶନ ଦୁର୍ନୀତି ତାତି

ଭୁବନେଶ୍ବର : ରାଜ୍ୟ ବିଧାନସଭାରେ ଶୁକ୍ରବାର ଓଡିଶା ଷ୍ଟାଫ ସିଲେକ୍ସନ କମିଶନରେ ହୋଇଥିବା ଦୁର୍ନୀତି ପ୍ରସଙ୍ଗ ଉଠିଥିଲା। ଆଜି ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା । ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଆରମ୍ଭ କରିବାକୁ କହିଥିଲେ। ତେବେ ଏହି ସମୟରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଓଡିଶା ଷ୍ଟାଫ ସିଲେକ୍ସନ କମିଶନରେ ହୋଇଥିବା ଦୁର୍ନୀତି ପ୍ରସଙ୍ଗ ଉଠାଇଥିଲେ । ଏହା ଅତ୍ୟନ୍ତ ଗୁରତର ବିଷୟ ଓ ଏଥିରେ ତୃତୀୟ ମହଲାର ସଂପୃକ୍ତିକୁ ଏଡାଇ ଦିଆ ଯାଇ ନ ପାରେ ବୋଲି ସେ କହିଥିଲେ । ବିଜେପି ସଦସ୍ୟମାନେ ମଧ୍ୟ ଏହି ସମୟରେ ଗୃହରେ ହଟଗୋଳ କରିଥିଲେ । ଫଳରେ ବାଚସ୍ପତି ଡକ୍ଟର ପାତ୍ର ତୁରନ୍ତ ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଥିଲେ। ତେଣୁ ମାତ୍ର ମାତ୍ର କେଇ ସେକେଣ୍ଡ ପାଇଁ ଗୃହର ପ୍ରଥାମାର୍ଦ୍ଧ କାର୍ଯ୍ୟ ଚାଲିଥିଲା।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories