www.samajalive.in
Saturday, December 13, 2025
23.1 C
Bhubaneswar

ଗୋପବନ୍ଧୁ ହେଉଛନ୍ତି ସର୍ବକାଳୀନ ଆଦର୍ଶ ମହାପୁରୁଷଙ୍କୁ ଅସମ୍ମାନ ବରଦାସ୍ତ କରାଯିବନି

ଭୁବନେଶ୍ୱର : ଓଡ଼ିଆ ଜାତିର ସ୍ୱାଭିମାନର ପ୍ରତୀକ, ସର୍ବକାଳୀନ ଆଦର୍ଶ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜଗତସିଂହପୁରସ୍ଥିତ ରଘୁନାଥପୁରଠାରେ ଥିବା ପ୍ରତିମୂର୍ତ୍ତି ନିକଟରେ ସ୍ୱର୍ଗତ ରାଜନେତା ବିଷ୍ଣୁ ଦାସଙ୍କ ପ୍ରତିମୂର୍ତ୍ତି ସ୍ଥାପନକୁ ନେଇ ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ଅଧ୍ୟକ୍ଷ ତଥା ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ ଘୋର ବିରୋଧ କରିଛନ୍ତି। ସେ ନିଜେ ଘଟଣାସ୍ଥଳକୁ ଯିବା ସହିତ ଅଭିଯାନର ବରିଷ୍ଠ ସଦସ୍ୟ ବି. ମୁରଲୀଧରଙ୍କ ନେତୃତ୍ୱରେ ପୂଜ୍ୟପୂଜାର ଏକ ସ୍ୱତନ୍ତ୍ର ଟିମ୍ ସେହି ସ୍ଥାନକୁ ଯାଇଥିଲେ। ସେଠାରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ସ୍ମୃତି•ରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପୂଜ୍ୟପୂଜା ପ୍ରାଣ ରଶ୍ମୀରଞ୍ଜନ ସ୍ୱାଇଁଙ୍କ ନେତୃତ୍ୱରେ ଦୀର୍ଘ ଏକମାସ ଧରି ଊତ୍କଳମଣିଙ୍କ ପ୍ରତିମୂର୍ତ୍ତି ପାଖରେ ବିଷ୍ଣୁ ଦାସଙ୍କ ପ୍ରତିମୂର୍ତ୍ତି ସ୍ଥାପନକୁ ବିରୋଧ କରି ଆସୁଛନ୍ତି। ଶ୍ରୀଯୁକ୍ତ ଶତପଥୀ ମତବ୍ୟକ୍ତ କରିଛନ୍ତି ଯେ, ଉତ୍କଳମଣିଙ୍କ ନିକଟରେ ସମକକ୍ଷ ପ୍ରତିଭା ଭାବରେ ଉକ୍ତ ରାଜନେତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଗ୍ରହଣୀୟ ନୁହେଁ ଏବଂ ଏହା ଉତ୍କଳମଣିଙ୍କ ପ୍ରତି ଘୋର ଅପମାନ। ଏହି ପରିପ୍ରେକ୍ଷୀରେ ସରକାର ଯଥାଶୀଘ୍ର ପଦକ୍ଷେପ ଗ୍ରହଣ କରନ୍ତୁ, ନଚେତ ଏହାର ପ୍ରତିବାଦ ସ୍ୱରୂପ ଆନ୍ଦୋଳନ ଖୁବ୍ଶୀଘ୍ର ହେବ। ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କୁ ଏ ବାବଦରେ ଦାବିପତ୍ର ପ୍ରଦାନ କରାଯାଇଛି ବୋଲି ମୁଖପାତ୍ର ଅରବିନ୍ଦ ତ୍ରିପାଠୀ ଜଣାଇଛନ୍ତି।

 

Hot this week

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

Related Articles

Popular Categories