www.samajalive.in
Sunday, December 14, 2025
26.1 C
Bhubaneswar

୪୮ ଘଣ୍ଟାରେ ତିନି ତିନୋଟି ଲଘୁଚାପ ! ବଢିବ ବର୍ଷା

ଭୁବନେଶ୍ୱର : ବଙ୍ଗୋପସାଗରରେ  ତିନି ତିନୋଟି ଲଘୁଚାପ ଦାନା ବାନ୍ଧୁଛି । ଉତ୍ତରପୂର୍ବ ଓ ତତସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହୋଇପାରେ। ସେହିଭଳି ଦକ୍ଷିଣ ଛତିଶଗଡ଼ ଏବଂ ଆନ୍ଧ୍ର ଉପକୂଳରେ ଆଉ ୨ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ବର୍ଷାର ପରିମାଣ ମଧ୍ୟ ବଢ଼ିବ । ତେଣୁ ୮ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସହ ଅନ୍ୟ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । କୋରାପୁଟ, ମାଲକାନଗିରି, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏରୁ ୨ଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି।
ସେହିପରି ୫ ତାରିଖରୁ ୬ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ଜଗତସିଂହପୁର, ପୁରୀ ଓ କେନ୍ଦ୍ରାପଡା ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଂଜ, ଅନୁଗୁଳ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସାଙ୍ଗକୁ ବର୍ଷାର ସମ୍ଭାବନା ରହିଛି।  ପାଣିପାଗ ବିଭାଗଏହିସବୁ ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories