www.samajalive.in
Sunday, December 14, 2025
26.1 C
Bhubaneswar

ରାଷ୍ଟ୍ରୀୟ ପୁରସ୍କାରରେ ସମ୍ମାନିତ ହେଲେ ଓଡ଼ିଶାର ଦୁଇ ଶିକ୍ଷକ

ନୂଆଦିଲ୍ଲୀ: ପବିତ୍ର ଗୁରୁ ଦିବସ ଅବସରରେ ରବିବାର ଓଡ଼ିଶାର ଦୁଇ ଜଣ ଶିକ୍ଷକଙ୍କୁ ରାଷ୍ଟ୍ରୀୟ ପୁରସ୍କାର-୨୦୨୧ରେ ସମ୍ମାନିତ କରାଯାଇଛି। ଓଡ଼ିଶାର ଦୁଇ ଜଣଙ୍କ ସମେତ ଦେଶର ମୋଟ୍‌ ୪୪ ଜଣ ଶିକ୍ଷକଙ୍କୁ ଏହି ପୁରସ୍କାରରେ ସମ୍ମାନିତ କରାଯାଇଛି। ରାଷ୍ଚ୍ରପତି ରାମନାଥ କୋବିନ୍ଦ ସେମାନଙ୍କୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ମାନିତ କରିଛନ୍ତି।

ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ ଓଡ଼ିଶାର ଦୁଇ ଜଣ ଶିକ୍ଷକ ହେଉଛନ୍ତି ଭଦ୍ରକ ଜିଲ୍ଲା ହାଇସ୍କୁଲର ଶିକ୍ଷକ ଅଶୋକ କୁମାର ଶତପଥୀ ଓ ଗଞ୍ଜାମ ଜିଲ୍ଲା କଣମଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଅଜିତ କୁମାର ସେଠୀ। ଭଦ୍ରକର ଶ୍ରୀ ଶତପଥୀ ବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀଙ୍କ ସହଯୋଗରେ ବିଦ୍ୟାଳୟର ଭିତ୍ତିଭୂମିରେ ଉନ୍ନତି ଆଣିବାରେ ପ୍ରମୁଖ ଭୂମିକା ନେଇଛନ୍ତି। ସେହିପରି ଗଞ୍ଜାମର ଶ୍ରୀ ସେଠୀ ଆଇସିଟି ଏବଂ ସଙ୍ଗୀତ ଦ୍ଵାରା ଶିକ୍ଷାଦାନକୁ ଅଭିନବ ଏବଂ ରୋମାଞ୍ଚକର କରିଛନ୍ତି।

- Advertisement -

ଗୁରୁ ଦିବସ ଅବସରରେ ରାଷ୍ଟ୍ରପତି ଶିକ୍ଷକଙ୍କୁ ଅନେକ ପରାମର୍ଶ ଦେଇଛନ୍ତି। ଏଥିସହ ଗୁରୁ-ଶିଶ୍ୟ ପରମ୍ପରା ବାବଦରେ ମତ ରଖିଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଷ୍ଟ୍ରପତି ଭାର ବହନ କରିବା ପରେ ସେ ନିଜ ଗୁରୁଙ୍କ ପାଖକୁ ଯାଇ ଆଶୀର୍ବାଦ ନେଇଥିବା କଥା ମଧ୍ୟ କହିଥିଲେ ଶ୍ରୀ କୋବିନ୍ଦ। ଭର୍ଚୁଆଲ ମୋଡ଼୍‌ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଭର୍ଚୁଆଲରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories