www.samajalive.in
Sunday, December 14, 2025
14.1 C
Bhubaneswar

ଲଘୁଚାପ ପ୍ରଭାବରେ ଦୁଇଦିନ ପ୍ରବଳ ବର୍ଷା

ଭୁବନେଶ୍ବର : ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଉତ୍ତର ଏବଂ ଏହାର ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସମୁଦ୍ର ପତ୍ତନଠାରୁ ୪.୫ କି.ମି ଉଚ୍ଚତାରେ ସକ୍ରିୟ ରହିଛି। ଆଜି ଏହି ଘୂର୍ଣ୍ଣିବଳୟ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତା’ ସହିତ ଦକ୍ଷିଣ ପଶ୍ଚିମ ମୌସୁମି ଜନିତ ନିମ୍ନଚାପ ରେଖା ଅନୁପଗଡରୁ ଓଡ଼ିଶାର ବଲାଙ୍ଗୀର ମଧ୍ୟ ଦେଇ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଏବଂ ପୁରୀ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ମାଲକାନଗିରି, ରାୟଗଡା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଏବଂ ନବରଙ୍ଗପୁର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ହଳଦିଆ ଚେତାବନୀ (ୟେଲୋ ୱାର୍ଣ୍ଣିଂ) ଦିଆଯାଇଛି। ଏଥିସହିତ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମଧରଣ ବର୍ଷା ହୋଇପାରେ। ୭ତାରିଖରେ ଲଘୁଚାପ ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷିବ। ଲଘୁଚାପ ଜନିତ ବର୍ଷାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ୍ ଆୟୁକ୍ତ (ଏସ୍‌ଆରସି)ଙ୍କ ପକ୍ଷରୁ ସମସ୍ତ ଜିଲାପାଳ ଏବଂ ମହାନଗର ନିଗମ ଆୟୁକ୍ତମାନେ ସତର୍କ ରହିବା ନିମନ୍ତେ ପରାମର୍ଶ ଦିଆଯାଇଛି। ଏହି ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶା ତଥା ତତ୍‌ସଂଲଗ୍ନ ପଶ୍ଚିମ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଝଡ଼ ପବନ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି ବେଗରେ ବହିବ। ଦୁଇଦିନ ପର୍ଯ୍ୟନ୍ତ ଗଭୀର ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ରବିବାର ଅପରାହ୍ଣରେ ଭୁବନେଶ୍ବର, କଟକ, ପାରଳାଖେମୁଣ୍ଡି, ମାଲକାନଗିରି, ବାଲେଶ୍ବର, ପାରାଦ୍ବୀପ ଓ କେନ୍ଦୁଝରରେ ବର୍ଷା ହୋଇଛି।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories