www.samajalive.in
Monday, December 15, 2025
15.1 C
Bhubaneswar

ମଙ୍ଗଳବାର ରାଶିଫଳ (୦୭/୦୯/୨୦୨୧)

ମେଷ : କର୍ମକ୍ଷେତ୍ର ଉତ୍ସାହଜନକ ହେବ। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟ ଓ ଅନ୍ୟାନ୍ୟ ସୂତ୍ରରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ।

ବୃଷ : ବନ୍ଧୁଙ୍କ ସହ ମାନ-ଅଭିମାନ ଉପୁଜିପାରେ। ଉଦାର ସ୍ବଭାବର ହେବେ। ଦାନଶୀଳ ହୋଇପାରନ୍ତି। ଆଦର୍ଶବାଦୀ ହେବେ। ସୁସ୍ଥ ରହିବେ। କୃଷି କ୍ଷେତ ଉପରେ ଗୁରୁତ୍ବ ଦେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

ମିଥୁନ : କାର୍ଯ୍ୟରେ ସଫଳତା ଲାଭ କରିବେ। ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫଜନିତ କ୍ଲେଶ ଅନୁଭବ କରିବେ। ଧାର୍ମିକ ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

କର୍କଟ : ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉତ୍ତମ ମିତ୍ରଙ୍କ ସାନ୍ନିଧ୍ୟ ମିଳିବ। ବ୍ୟବସାୟରୁ ଅଧିକ ଧନଲାଭ ହୋଇପାରେ।

ସିଂହ :  କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଧନବାନ୍‌ ହେବେ। ଗୁଣବାନ୍‌ ହୋଇପାରନ୍ତି। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରୀତିଭୋଜନ ମିଳିବ। ଚିନ୍ତାଶୀଳ ହେବେ।

କନ୍ୟା : ​ ଚଞ୍ଚଳ ସ୍ବଭାବର ହେବେ। ଏକାନ୍ତରେ ସମୟ କଟାଇବାକୁ ଇଚ୍ଛାକରି ପାରନ୍ତି। ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି। ଚକ୍ଷୁର ଯତ୍ନ ନେବାକୁ ପଡ଼ିବ। କଥାବାର୍ତ୍ତା ଶ୍ରୁତି ମଧୁର ହେବ। ବିବେକି ଓ ନିଷ୍ଠାବାନ୍‌ ହେବେ।

ତୁଳା : ମୂଲ୍ୟବାନ୍‌ ଦ୍ରବ୍ୟ ଲାଭର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବାସହିତ ଅର୍ଥପ୍ରାପ୍ତ ହେବେ।

ବିଛା : ଶ୍ରମ ସାର୍ଥକ ହେବ। କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଶରୀର ସୁସ୍ଥ ଓ ନିରାମୟ ରହିବ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ ରହିବ।

ଧନୁ : ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗୀ ହେବେ। ବିଳାସୀ ହୋଇପାରନ୍ତି। ଜୀବନ ସୁଖସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ପର୍ଯ୍ୟଟନର ସୁଯୋଗ ମିଳିବ।

ମକର : ସୁଖ ମିଳିବା କଷ୍ଟପ୍ରଦ ହେବ। ସ୍ବାଭିମାନୀ ହୋଇପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ସତର୍କତା ଅବଲମ୍ବନ କରିବେ।

କୁମ୍ଭ : ସମ୍ବର୍ଦ୍ଧିତ ହେବାର ସୂଚନା ମିଳୁଛି। ବ୍ୟବସାୟ ଭଲରେ ଚାଲିବ। ସମାଜସେବା ପ୍ରତି ମାନସିକ ସ୍ତରରେ ଦୃଢ଼ ରହିବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହେବେ।

ମୀନ : ସାମାଜିକ ସ୍ତରରେ ଆଦରଣୀୟ ହେବେ। ଭାଇମାନଙ୍କ ଉପରେ ସ୍ନେହ ଓ ଶ୍ରଦ୍ଧା ଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories