www.samajalive.in
Sunday, December 7, 2025
26.1 C
Bhubaneswar

ରାଜ୍ୟରେ ୨୪ ଘଣ୍ଟାରେ ବର୍ଷା ସମ୍ଭାବନା ; ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୧୪ ଜିଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ,କେନ୍ଦୁଝର, ମୟୁରଭଞ୍ଜ,ବାଲେଶ୍ୱର, ଭଦ୍ରକ,ଯାଜପୁର,କେନ୍ଦ୍ରାପଡା, ଜଗତସିଂହପୁର, ଅନୁଗୁଳ, ବୌଦ୍ଧ,ବଲାଙ୍ଗୀର,ନୂଆପଡା, ନବରଙ୍ଗପୁର ଆଦି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଓଡିଶା ଉପରେ ଥିବା ମନସୁନ ଟ୍ରାପ ଦକ୍ଷିଣ ଓଡିଶା ମୁହାଁ ହେଉଥିବା ବେଳେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୯ ଓ ୧୦ ତାରିଖରୁ ବର୍ଷା ପରିମାଣ ବୃଦ୍ଧି ପାଇବାକୁ ଥିବା ବେଳେ ୧୧ ତାରିଖ ବେଳକୁ ପୁଣି ଏକ ଲଘୁଚାପ ସୃଷ୍ଟି ନେଇ ଆକଳନ କରାଯାଉଛି। ୨୪ ଘଣ୍ଟା ମଧ୍ୟରେ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

 

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories