www.samajalive.in
Saturday, December 6, 2025
26.1 C
Bhubaneswar

ଭବାନୀପୁର ଆସନ ପାଇଁ ମମତାଙ୍କ ପ୍ରାର୍ଥୀପତ୍ର ଦାଖଲ

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମସି ସୁପ୍ରିମୋ ମମତା ବାନାର୍ଜୀ ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଶୁକ୍ରବାର ଅଲୀପୁରରେ ମମତା ଭବାନୀପୁର ବିଧାନସଭା ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ବିଧାନସଭା ଆସନରେ ଅନୁଷ୍ଠିତ ହେବାକୁ ଥିବା ଉପ-ନିର୍ବାଚନ ପାଇଁ ବିଜେପି ପ୍ରିୟଙ୍କା ଟିବ୍ରେୱାଲଙ୍କୁ ପ୍ରାର୍ଥୀ କରିଛି।

ସୂଚନାଯୋଗ୍ୟ ଯେ, ପ୍ରିୟଙ୍କା ଟିବ୍ରେୱାଲ୍‌ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବାବୁଲ୍‌ ସୁପ୍ରିୟୋଙ୍କର ଆଇନଗତ ପରାମର୍ଶଦାତ୍ରୀ ଥିଲେ। ୨୦୧୪ରେ ସେ ବିଜେପିରେ ଯୋଗ ଦେଇଥିଲେ।  ଏହା ପରେ ସେ ୱାର୍ଡ କାଉନସିଲର ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା କରିଥିଲେ, କିନ୍ତୁ ଟିଏମସି ନେତାଙ୍କଠାରୁ ନିର୍ବାଚନରେ ​​ହାରିଯାଇଥିଲେ।

- Advertisement -

ଏଠାରେ ଉଲ୍ଲେଖଯୋଗ୍ୟ ଯେ, ପୂର୍ବରୁ ମମତା ଭବାନୀପୁର ଆସନରୁ ଦୁଇ ଥର ନିର୍ବାଚନ ଜିତିଛନ୍ତି। ତେବେ ମୁଖ୍ୟମନ୍ତ୍ରୀ ପଦ ବଜାୟ ରଖିବାକୁ ହେଲେ ମମତାଙ୍କୁ ଏହି ନିର୍ବାଚନ ଜିତିବାକୁ ପଡ଼ିବ। କାରଣ ବିଧାନସଭା ନିର୍ବାଚନରେ ମମତା ହାରିଯାଇଥିଲେ। ସେ ନନ୍ଦିଗ୍ରାମ ଆସନରୁ ବିଜେପିର ସୁଭେନ୍ଦୁ ଅଧିକାରୀଙ୍କଠାରୁ ନିର୍ବାଚନ ହାରିଥିଲେ।

ସେପ୍ଟେମ୍ବର ୩୦ରେ ପଶ୍ଚିମବଙ୍ଗର ଭବାନୀପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଉପ-ନିର୍ବାଚନ ଅନୁଷ୍ଠିତ ହେବ ଏବଂ ଅକ୍ଟୋବର ୩ରେ ‌ଭୋଟ ଗଣତି ହେବ। ଏନେଇ ନିର୍ବାଚନ ଆୟୋଗ ପକ୍ଷରୁ ଘୋଷଣା କରାଯାଇଛି।

 

 

 

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories