www.samajalive.in
Sunday, December 7, 2025
26.1 C
Bhubaneswar

ସଡକ ଦୁର୍ଘଟଣା ; ୨ ମୃତ

ଭଦ୍ରକ : ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା କହରାପୋଖରୀ ଛକ ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଗତକାଲି ବିଳମ୍ବିତ ରାତିରେ ଘଟିଛି। ଟ୍ରକକୁ ପଛରୁ ଏକ ବାଇକ ପିଟିବାରୁ ୨ ଜଣଙ୍କ ଜୀବନ ଚାଲିଯାଇଛି। ଜଣେ ଗୁରୁତର ଆହତ ମଧ୍ୟ ହୋଇଛନ୍ତି। ସେମାନଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଟ୍ରକ ପଛରେ ଉକ୍ତ ବାଇକ ପିଟି ହେବା ପରେ ସଭିଏଁ ରାସ୍ତାକୁ ଛିଟିକି ପଡିଥିଲେ। ଖବର ପାଇ ପୁଲିସ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ସଭିଁଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories