www.samajalive.in
Saturday, December 6, 2025
23.1 C
Bhubaneswar

ନୂଆଁଖାଇ ଅବସରରେ ପଶ୍ଚିମ ଓଡିଶାବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା -ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ। ଚଳଚଞ୍ଚଳ ପଶ୍ଚିମ ଓଡିଶା। ସକାଳ ୧୦ଟା ୧୫ରୁ ୧୦ଟା ୨୫ ମଧ୍ୟରେ ମା’ସମଲେଇଙ୍କ ନିକଟରେ ଲାଗି ହେବ ନବାନ୍ନ। ଚଳିତ ବର୍ଷ କୋଭିଡ କଟକଣା ମଧ୍ୟରେ ପାଳନ କରାଯାଉଛି ନୂଆଁଖାଇ। ଏହି ଅବସରରେ ପଶ୍ଚିମ ଓଡିଶାବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସଭିଁଙ୍କୁ ହୃଦୟରୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇବା ସହ କୋଭିଡ ନିୟମ ପାଳନ ଉପରେ ମୁଖ୍ୟମନ୍ତ୍ରୀ ଭିଡିଓ ବାର୍ତ୍ତା ମାଧ୍ୟମରେ ଗୁରୁତ୍ୱ ଦେଇଛନ୍ତି। ଏହାସହ ମା’ସମଲେଇଙ୍କ ନିକଟରେ ସମସ୍ତଙ୍କ ସୁଖଶାନ୍ତି କାମନା କରିଛନ୍ତି।

Hot this week

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

Related Articles

Popular Categories