www.samajalive.in
Sunday, December 7, 2025
14.1 C
Bhubaneswar

ଭୂପେନ୍ଦ୍ର ପଟେଲ ଗୁଜୁରାଟର ନୂଆ ମୁଖ୍ୟମନ୍ତ୍ରୀ

ଅହମ୍ମଦାବାଦ: ଭୂପେନ୍ଦ୍ର ପଟେଲ ହେବେ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ। ଆଜି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି। ବିଧାୟକ ଦଳ ବୈଠକରେ ଭୂପେନ୍ଦ୍ର ପଟେଲ ନେତା ନିର୍ବାଚିତ। ଫଳରେ ଭୂପେନ୍ଦ୍ର ପଟେଲ ଗୁଜୁରାଟର ନୂଆ ମୁଖ୍ୟମନ୍ତ୍ରୀ ହେବା ସ୍ପଷ୍ଟ ହୋଇଯାଇଛି।
ଭୂପେନ୍ଦ୍ର ପଟେଲ୍ ନୂଆ ମୁଖ୍ୟମନ୍ତ୍ରୀ ହେବା ନେଇ ଆଜି ବିଧାୟକ ଦଳର ବୈଠକ ପରେ ନିଷ୍ପତ୍ତି ନିଆଯାଇଛି। ଶନିବାର ବିଜୟ ରୁପାଣୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବ, ସେ ନେଇ ମନ୍ଥନ ଚାଲିଥିଲା। ଆଜି ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଭୂପେନ୍ଦ୍ରଙ୍କ ଉପରେ ମୋହର୍ ଲାଗିଛି।
ଭୂପେନ୍ଦ୍ରଭାଇ ରଜନୀକାନ୍ତ ପଟେଲ୍ ଗୁଜରାଟର ଘାଟଲୋଦିଆ ଆସନରୁ ବିଧାୟକ ଅଛନ୍ତି। ସେ ୨୦୧୭ ବିଧାନସଭା ନିର୍ବାଚନରେ ଅହମ୍ମଦାବାଦ ଜିଲ୍ଲାର ଘାଟଲୋଦିଆ ଆସନରେ କଂଗ୍ରେସର ଶଶୀକାନ୍ତ ବାସୁଦେବଭାଇ ପଟେଲଙ୍କୁ ହରାଇଥିଲେ।
ଗତ କିଛି ମାସ ଧରି ବିଜେପି କିଛି ରାଜ୍ୟରେ ମୁଖ୍ୟମନ୍ତ୍ରୀ ଅଦଳବଦଳ କରୁଛି। ପ୍ରଥମେ ଦୁଇଥର ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀଙ୍କୁ ବଦଳା ଯାଇଥିଲା। ନିକଟରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ପଦରୁ ବିଏସ୍ ୟେଦୁରପ୍ପାଙ୍କୁ ଇସ୍ତଫା ଦେବାକୁ ପଡ଼ିଥିଲା। ଉତ୍ତରାଖଣ୍ଡର ତୀରଥ ସିଂହ ରାୱତଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇ ବିଜେପିର କେନ୍ଦ୍ରୀୟ ନେତୃତ୍ୱ ପୁଷ୍କର ସିଂହ ଧାମୀଙ୍କୁ ନୂଆ ମୁଖ୍ୟମନ୍ତ୍ରୀ କରିଥିଲା। ଉତ୍ତରାଖଣ୍ଡରେ ମଧ୍ୟ ଆସନ୍ତାବର୍ଷ ବିଧାନସଭା ନିର୍ବାଚନ ହେବ। କର୍ଣ୍ଣାଟକରେ ପାର୍ଟି ୟେଦୁରପ୍ପାଙ୍କ ସ୍ଥାନରେ ବସବରାଜ ବୋମ୍ମଇଙ୍କୁ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ହସ୍ତାନ୍ତର କରାଯାଇଥିଲା। ସେହିପରି ଆସାମରୁ ସର୍ବାନନ୍ଦ ସୋନୋୱାଲ ମଧ୍ୟ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଗୁଜରାଟରେ ଆସନ୍ତାବର୍ଷ ଡିସେମ୍ବରରେ ବିଧାନସଭା ନିର୍ବାଚନ ହେବ। କିଛି ବର୍ଷ ଛାଡ଼ି ୧୯୯୫ ମସିହା ପରଠାରୁ ଗୁଜରାଟରେ ବିଜେପି ସରକାର ରହି ଆସିଛି। ବର୍ତ୍ତମାନର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୀର୍ଘ ବର୍ଷ ଧରି ଗୁଜରାଟର ମୁଖ୍ୟମନ୍ତ୍ରୀ ପଦରେ ରହିଆସିଛନ୍ତି।

ଗୁଜରାଟରେ ଏବେ ନୂଆ ନେତୃତ୍ୱରେ ବିଜେପି ନିର୍ବାଚନ ଲଢ଼ିବାକୁ ଯାଉଛି। ଗତ କିଛି ମାସ ଧରି ମଧ୍ୟ ରାଜ୍ୟରେ ବିଜେପିକୁ ଆମ୍ ଆଦମୀ ପାର୍ଟି (ଆପ୍) କଡ଼ା ଟକ୍କର ଦେଇଆସୁଛି। କରୋନା ସଂକ୍ରମଣର ଦ୍ୱିତୀୟ ଲହର୍ ସମେତ ଅନେକ ପ୍ରସଙ୍ଗ ଉଠାଇ ଆପ୍ ରୁପାଣୀ ସରକାରକୁ ଘେରିଛି। ଅନ୍ୟପକ୍ଷରେ କଂଗ୍ରେସ ଗୁଜରାଟର ପୂର୍ବ ବିଧାନସଭା ନିର୍ବାଚନରେ ମଧ୍ୟ ଭଲ ପ୍ରଦର୍ଶନ କରିଥିଲା। ଏହା ପରେ କଂଗ୍ରେସ କର୍ମକର୍ତ୍ତା ଲଗାତର ଗୁଜରାଟରେ ସକ୍ରିୟ ହୋଇ ବିଭିନ୍ନ ପ୍ରସଙ୍ଗ ଉଠାଉଛନ୍ତି।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories