www.samajalive.in
Monday, December 8, 2025
27.1 C
Bhubaneswar

ସେପ୍ଟେମ୍ବର ୧୭ ସୁଦ୍ଧା ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା

ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ମହାନିର୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇ କହିଛନ୍ତି ଯେ ସେପ୍ଟେମ୍ବର ୧୭ ସୁଦ୍ଧା ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି। ସେପ୍ଟେମ୍ବର ୧୮ ସକାଳ ସୁଦ୍ଧା ଉତ୍ତର ଓଡ଼ିଶା ନିକଟରେ ପହଞ୍ଚିପାରେ ଏବଂ ଏହାର ପ୍ରଭାବରେ ୧୭ରୁ ଉପକୂଳ ଓଡ଼ିଶାରେ ପୁଣି ଏକ ବର୍ଷା ସମ୍ଭାବନା ରହିଛି।
ରାଜ୍ୟରେ ଶନିବାର ଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଛି। ଏହା ଏଷବ ଗଭୀର ଅବପାତ ରୂପ ନେଇଛି। ଏହା ଚାନ୍ଦବାଲିର ଦକ୍ଷିଣକୁ ଓଡ଼ିଶା ଉପକୂଳ ଅତିକ୍ରମ କରିବା ପରେ ଚାନ୍ଦବାଲି ପାଖରୁ ପ୍ରାୟ ୩୦ କିମି ଦୂରରେ ଓ କେନ୍ଦୁଝରରୁ ପ୍ରାୟ ୧୦୦ କିମି ଦକ୍ଷିଣ-ପୂର୍ବ ଦିଗରେ ଏହା ଉପକୂଳ ଓଡ଼ିଶା ଉପରେ କେନ୍ଦ୍ରୀଭୂତ ଅଛି। ଏହି ଗଭୀର ଅବପାତଟି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆସନ୍ତାକାଲି ସକାଳ ବେଳକୁ ଉତ୍ତର ଛତିଶଗଡ଼ ଉପରେ କେନ୍ଦ୍ରୀଭୂତ ହେବ ଏବଂ ଦୁର୍ବଳ ହୋଇ ଅବପାତରେ ପରିଣତ ହେବ। ଆସନ୍ତାକାଲି ଓଡ଼ିଶାରେ ବର୍ଷାର ପରିମାଣ କମିବ। ହେଲେ ଛତିଶଗଡ଼ ସୀମାନ୍ତକୁ ଲାଗି ରହିଥିବା ଦୁଇ ତିନୋଟି ଜିଲାରେ ବର୍ଷା ହୋଇପାରେ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

ତେବେ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ସେପ୍ଟମ୍ବର ୧୭ ତାରିଖ ପାଖାପାଖି ଉତ୍ତର ବଙ୍ଗୋପ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଅଛି। ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ସେପ୍ଟେମ୍ବର ୧୮ ସକାଳ ସୁଦ୍ଧା ଏହା ଉତ୍ତର ଓଡ଼ିଶା ଉପକୂଳରେ ପହଞ୍ଚିବ। ତେଣୁ ଏହାର ପ୍ରଭାବରେ ସେପ୍ଟେମ୍ବର ୧୭ ରୁ ରାଜ୍ୟରେ ପୁଣି ବର୍ଷା ହେବ। ତେବେ ଅଧିକ ପରିମାଣରେ ବର୍ଷା ହେବାର ସମ୍ଭାବନା ନାହିଁ।
ରାଜ୍ୟରେ ଲଘୁଚାପ ଜନିତ ବର୍ଷା ପ୍ରଭାବରେ ଅନେକ ସ୍ଥାନରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ବିଶେଷ କରି କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ତେବେ ଏହି ସବୁ ଅଞ୍ଚଳରେ ବର୍ଷା ହ୍ରାସ ପାଇବାରେ ଲାଗିଛି। ଅନ୍ୟପକ୍ଷରେ ରାଜ୍ୟର ପଶ୍ଚିମ ଓ କେନ୍ଦ୍ରାଞ୍ଚଳରେ ଥିବା ଜିଲ୍ଲା ଗୁଡ଼ିକରେ ବର୍ଷାର ପରିମାଣ ବୃଦ୍ଧି ପାଇଛି। ସମ୍ବଲପୁର, ଦେବଗଡ଼, ବୌଦ୍ଧ, ବରଗଡ଼ ଓ ଅନୁଗୋଳ ଆଦି ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ସ୍ଥାନରେ ୨୦ ସେମିରୁ ଅଧିକ ବର୍ଷା ରେକର୍ଡ କରାଯାଇପାରେ। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଆଦି ଜିଲ୍ଲାରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories