www.samajalive.in
Thursday, December 11, 2025
16.1 C
Bhubaneswar

କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀଙ୍କ ସହ ଫକୀର ମୋହନ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସୌଜନ୍ୟମୂଳକ ସାକ୍ଷାତ

ଭୁବନେଶ୍ୱର: ବିଶିଷ୍ଟ ଶିକ୍ଷାବିତ୍‌ ତଥା ଫକୀର ମୋହନ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଆଜି ଇଲେକ୍‌ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ସହ ଏକ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଆଜି ପୂର୍ବାହ୍ନରେ କୁଳପତି ପ୍ରଫେସର ତ୍ରିପାଠୀ ମନ୍ତ୍ରୀଙ୍କ ବାସଭବନରେ ପହଞ୍ଚି ମନ୍ତ୍ରୀଙ୍କୁ ସାକ୍ଷାତ କରିବା ସହ ବିଭିିନ୍ନ ବିଷୟରେ ଆଲୋଚନା କରିଥିଲେ । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ ବିଗତ କିଛି ବର୍ଷ ମଧ୍ୟରେ କ୍ରୀଡ଼ା କ୍ଷେତ୍ରରେ ଅନେକ ଉନ୍ନତିମୂଳକ କାର୍ଯ୍ୟ ହୋଇଛି । ଏଥି ସହ କ୍ରୀଡ଼ା ପାଇଁ ଆଜି ଓଡ଼ିଶା ସମଗ୍ର ବିଶ୍ୱରେ ଏକ ସ୍ୱତନ୍ତ୍ର ସ୍ଥାନ ହାସଲ କରିପାରିଛି । ଏଥିପାଇଁ କୁଳପତି ଶ୍ରୀ ତ୍ରିପାଠୀ ରାଜ୍ୟ ସରକାର ତଥା କ୍ରୀଡ଼ା ବିଭାଗର ଉଦ୍ୟମକୁ ପ୍ରଶଂସା କରିଥିଲେ । ଏହି ଅବସରରେ କୁଳପତି ଶ୍ରୀ ତ୍ରିପାଠୀ ବିଶ୍ୱବିଦ୍ୟାଳୟଠାରେ ଏକ ଫୁଟବଲ ପଡ଼ିଆ ବିକଶିତ କରିବା ନିମନ୍ତେ ମନ୍ତ୍ରୀ ଶ୍ରୀ ବେହେରାଙ୍କୁ ପ୍ରସ୍ତାବ ଦେଇଥିଲେ । ଏହି ପ୍ରସ୍ତାବକୁ ମନ୍ତ୍ରୀ ଶ୍ରୀ ବେହେରା ଗ୍ରହଣ କରିବା ସହିତ ଏହାକୁ କାର୍ଯ୍ୟକାରୀ କରିବା ଦିଗରେ ପ୍ରଚେଷ୍ଟା କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ଏଥି ସହିତ ଖୁବ୍‌ଶୀଘ୍ର ମନ୍ତ୍ରୀ ଶ୍ରୀ ବେହେରା ନିଜେ ବାଲେଶ୍ୱର ଗସ୍ତରେ ଯାଇ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିବେ ବୋଲି କହିଥିଲେ ।

ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ କ୍ରୀଡ଼ା ଏବଂ ଯୁବସମାଜର ଉନ୍ନତି ପାଇଁ ଯେଉଁ ବିରାଟ ଲକ୍ଷ୍ୟ ରଖିଛନ୍ତି ତାହାକୁ ପୂରଣ କରିବା ଆମର ପ୍ରଥମ ପ୍ରାଥମିକତା ବୋଲି ମନ୍ତ୍ରୀ ଶ୍ରୀ ବେହେରା କହିଥିଲେ। ଏହି ଅବସରରେ ମନ୍ତ୍ରୀ ଶ୍ରୀ ବେହେରା ବିଶ୍ୱବିଦ୍ୟାଳୟର ଶିକ୍ଷା ଅନ୍ୟାନ୍ୟ କାର୍ଯ୍ୟକ୍ରମ ବିଷୟରେ କୁଳପତିଙ୍କ ସହ ଆଲୋଚନା କରିଥିଲେ।

- Advertisement -

 

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories