www.samajalive.in
Saturday, December 13, 2025
27.1 C
Bhubaneswar

କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓସ୍କାର ଫର୍ଣ୍ଣାଡେଜଙ୍କ ପରଲୋକ

ନୂଆଦିଲ୍ଲୀ: ଦୀର୍ଘଦିନ ଧରି ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବରିଷ୍ଠ କଂଗ୍ରେସ ନେତା ଓସ୍କାର ଫର୍ଣ୍ଣାଡେଜଙ୍କ ଆଜି ପରଲୋକ ହୋଇଯାଇଛି। ଚିକିତ୍ସାଧୀନ ଅବସ୍ଥାରେ କର୍ଣ୍ଣାଟକ ମଙ୍ଗଲୁରୁର ଏକ ଡାକ୍ତରଖାନାରେ ତାଙ୍କର ପରଲୋକ ହୋଇଛି।  ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ମୁଣ୍ଡରେ ଆଘାତ ଯୋଗୁ ତାଙ୍କୁ ମେଙ୍ଗାଲୁରୁର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାପାଇଁ ଭର୍ତ୍ତି କରାଯାଇଥିଲା। ସେହିଠାରେ ଆଜି ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଓସ୍କାର ଫର୍ଣ୍ଣାଡେଜଙ୍କ ପରଲୋକ ନେଇ ମେଙ୍ଗାଲୁରୁ ପୁଲିସ୍ ନିଶ୍ଚିତ କରିଛି। ତେବେ ହସ୍ପିଟାଲ ପକ୍ଷରୁ ଓସ୍କାର ଫର୍ଣ୍ଣାଡେଜଙ୍କ ମୃତ୍ୟୁ ସମ୍ପର୍କରେ ବିସ୍ତୃତ ବିବୃତି ପରବର୍ତ୍ତୀ ସମୟରେ ଦିଆଯିବ ବୋଲି କୁହାଯାଇଛି। କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓସ୍କାର ଫର୍ଣ୍ଣାଡେଜଙ୍କ ବିୟୋଗରେ ଅନେକ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।

ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓସ୍କାର ଫର୍ଣ୍ଣାଡେଜ ୧୯୭୫-୭୬ରେ ଉଡୁପିର କାଉନସିଲର ଭାବେ ନିଜର ରାଜନୀତିକ କ୍ୟାରିୟର ଆରମ୍ଭ କରିଥିଲେ। ଏହାପରେ ୧୯୮୦ ମସିହାରେ ସେ ଉଡୁପିରୁ ପ୍ରଥମଥର ପାଇଁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଏହି ନିର୍ବାଚନ ମଣ୍ଡଳୀରୁ ଓସ୍କାର ଫର୍ଣ୍ଣାଡେଜ କ୍ରମାଗତ ୫ଥର ଲୋକସଭାକୁ ନିର୍ବାଚିତ ହୋଇଛନ୍ତି। ୧୯୮୦, ୧୯୮୪, ୧୯୮୯, ୧୯୯୧ ଓ ୧୯୯୬ରେ ସେ ଲୋକସଭାକୁ ନିର୍ବାଚିତ ହୋଇଥିଲେ।

- Advertisement -

 

୧୯୮୪ରୁ ୧୯୮୫ ଯାଏ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧିଙ୍କ ସଂସଦୀୟ ସଚିବ ଭାବେ କାର୍ଯ୍ୟ କରିଥିଲେ। ତାଙ୍କୁ କଂଗ୍ରେସର ଅଧ୍ୟକ୍ଷ ସୋନିଆ ଗାନ୍ଧିଙ୍କ ଅତ୍ୟନ୍ତ ବିଶ୍ୱସ୍ତ ବୋଲି କୁହାଯାଏ। ୧୯୯୯ରେ ସେ ଲୋକସଭା ନିର୍ବାଚନରେ ହାରିଥିଲେ ମଧ୍ୟ କଂଗ୍ରେସ ପକ୍ଷରୁ ତାଙ୍କୁ ରାଜ୍ୟସଭାକୁ ପଠାଯାଇଥିଲା। ୨୦୦୪ରେ ମନମୋହନ ସିଂହଙ୍କ ସରକାର ସମୟରେ ସେ ଏକାଧିକ ବିଭାଗର ରାଷ୍ଟ୍ରମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ୨୦୧୩ରେ ସେ ସଡ଼କ ଓ ପରିବହନ ମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିଲେ।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories