www.samajalive.in
Thursday, December 11, 2025
16.1 C
Bhubaneswar

ଦୁଃଖଦ ; ବସ-କାର ଧକ୍କା ପରେ ନିଆଁ ଲାଗି ୫ ଜୀବନ୍ତ ଦଗ୍ଧ ; ଅନେକ ଆହତ

ରାଞ୍ଚି : ଝାଡଖଣ୍ଡର ରାମଗଡ ଜିଲାରେ ଆଜି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୫ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଏକ ବସ ଓ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ପରେ ଅଗ୍ନିକାଣ୍ଡ ଘଟି ୫ ଜଣଙ୍କ ଜୀବନ ଚାଲି ଯାଇଛି।
ସୂଚନା ଯୋଗ୍ୟ, ସକାଳେ ଝାଡଖଣ୍ଡର ରାମଗଡ ବୋକାରୋ ୨୩ ନମ୍ବର ଜାତୀୟ ରାଜପଥରେ ଏକ କାର ଓ ବସ ମଧ୍ୟରେ ଖୁବ ଜୋରରେ ଧକ୍କା ହୋଇଥିଲା। ଏହାପରେ ବସଟି କାର ଉପରେ ଚଢିଯାଇଥିଲା। ହଠାତ ବସରେ ନିଆଁ ଲାଗି ଏହା କାରକୁ ବ୍ୟାପି ଯାଇଥିଲା। ଫଳରେ କାରରେ ଥିବା ୫ ଜଣ ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ସମସ୍ତ ମୃତକ ବିହାରର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଉକ୍ତ ମୃତକଙ୍କ ଶରୀର ଅଧିକାଂଶ ପୋଡି ଯାଇଥିବାରୁ ଏଯାଏଁ ସଠିକ ପରିଚୟ ମିଳିପାରି ନାହିଁ। ଏହାସହ ବସରେ ଥିବା ଅଧିକାଂଶ ଯାତ୍ରୀ ମଧ୍ୟ ଆହତ ହୋଇଛନ୍ତି। ଖବର ପାଇ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିବା ସହ ବସରେ ଫସିରହିଥିବା ଯାତ୍ରୀଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଦମକଳ କର୍ମଚାରୀ ନିଆଁ ଲିଭାଇଛନ୍ତି। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories