www.samajalive.in
Monday, December 8, 2025
27.1 C
Bhubaneswar

ଉତ୍ତରାଖଣ୍ଡ ରାଜ୍ୟପାଳ ଭାବେ ଶପଥ ନେଲେ ଲେଫ୍ଟନାଣ୍ଟ ଜେନେରାଲ ଗୁରମିତ ସିଂହ

ଡେରାଡୁନ: ଉତ୍ତରାଖଣ୍ଡର ରାଜ୍ୟପାଳ ଭାବେ ବୁଧବାର ଶପଥ ନେଇଛନ୍ତି ଲେଫ୍ଟନାଣ୍ଟ ଜେନେରାଲ(ଅବସରପ୍ରାପ୍ତ) ଗୁରମିତ ସିଂହ। ରାଜଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ଉତ୍ତରାଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଆରଏସ୍ ଚୌହାନ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି।

ଏହି ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି, ମନ୍ତ୍ରୀ ସତପାଲ ମହାରାଜ, ଧନ ସିଂହ ରାୱତ, ବିଧାନସଭା ବାଚସ୍ପତି ପ୍ରେମଚାନ୍ଦ ଅଗ୍ରୱାଲ, ଉତ୍ତରାଖଣ୍ଡ ଡିଜିପି ଅଶୋକ କୁମାର, ମୁଖ୍ୟ ଶାସନ ସଚିବ ଏସଏସ୍ ସାନ୍ଧୁ ଓ ବରିଷ୍ଠ ସରକାରୀ ଅଧିକାରୀମାନେ ଉପସ୍ଥିତ ଥିଲେ।

- Advertisement -

କାର୍ୟ୍ୟକାଳ ପୂରଣ ହେବା ପୂର୍ବରୁ ଉତ୍ତରାଖଣ୍ଡ ରାଜ୍ୟପାଳ ଭାବେ କାର୍ୟ୍ୟ କରୁଥିବା ବେବୀ ରାଣୀ ମୌର୍ୟ୍ୟ ନିଜ ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ଗୁରମିତ ସିଂହଙ୍କୁ ରାଜ୍ୟପାଳ ପଦରେ ନିଯୁକ୍ତି ଦିଆଯାଇଛି। ଭାରତୀୟ ସ୍ଥଳ ସେନାର ଉପମୁଖ୍ୟ ଭାବେ କାର୍ୟ୍ୟ କରିବା ପରେ ଶ୍ରୀ ସିଂହ ଅବସର ନେଇଥିଲେ।

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories