www.samajalive.in
Thursday, December 11, 2025
18.1 C
Bhubaneswar

ସୁବର୍ଣ୍ଣପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ

ବାଙ୍କୀ: ବାଙ୍କୀ ବ୍ଲକ ଶିକ୍ଷାଅଧିକାରୀ କାର୍ଯ୍ୟାଳୟ ଅଧିନ ସୁବର୍ଣ୍ଣପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁବାର ଦିନ ବିଦ୍ୟାର୍ଥୀଙ୍କୁ ପୋଷାକ ବିତରଣ କରାଯାଇଛି। ପ୍ରଧାନଶିକ୍ଷକ ଚିତ୍ତରଂଜନ ପଣ୍ଡାଙ୍କ ପରିଚାଳନାରେ ଅନୁଷ୍ଠିତ ପୋଷାକ ବିତରଣ ଉତ୍ସବରେ ମୁଖ୍ୟଅତିଥି ଭାବରେ ସରପଞ୍ଚ ତରୁଣ କୁମାର ମହାପାତ୍ର ଯୋଗଦେଇଇ ବିଦ୍ୟାର୍ଥୀମାନଙ୍କୁ ୨ ହଳ ପୋଷାକ, ୧ ହଳ ଜୋତା ଓ ୨ ହଳ ମୋଜା ବଣ୍ଟନ କରିଛନ୍ତି। ସମ୍ମାନିତ ଅତିଥି ଭାବରେ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ଚନ୍ଦ୍ରମଣୀ ଦଳେଇ,ପୂର୍ବତନ ସରପଞ୍ଚ ବେଣୁଧର ଦାସ, ସାମ୍ବାଦିକ ତଥା ପରିଚାଳନା କମିଟି ସଦସ୍ୟ ଶୁଭେନ୍ଦୁ ମହାପାତ୍ର, ସି.ଆର.ସି.ସି ଅରୁଣ ଉଦୟ ବେହେରା ପ୍ରମୁଖ ଯୋଗ ଦେଇଥିଲେ। ନିକଟରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଅଜୟ କୁମାର ପଣ୍ଡାଙ୍କ ଦେହାନ୍ତ ହୋଇଥିବାରୁ ତାଙ୍କ ଆତ୍ମାର ସଦ୍‍ଗତି ନିମନ୍ତର ୨ ମିନିଟ ନିରବ ପ୍ରାର୍ଥନା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ପରିଚାଳନା କମିଟିର ସଦସ୍ୟ ଓ ସଦସ୍ୟା ମାନେ ଉପସ୍ଥିତ ଥିଲେ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories