www.samajalive.in
Monday, December 8, 2025
20.1 C
Bhubaneswar

ରାଜ୍ୟରେ ଦିନକରେ ଆଉ ୬୯୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୪୦୧ ଓ ସ୍ଥାନୀୟ ସଂକ୍ରମିତ ୨୯୪ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୮୩ ଜଣ ରହିଛନ୍ତି। ରାଜ୍ୟର ଅନୁଗୁଳ ଜିଲାରେ ୬, ବାଲେଶ୍ୱର ୩୦, ଭଦ୍ରକ ୧୩ ଓ କଟକରେ ୯୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟର ଦେବଗଡ ଜିଲାରେ ୧, ଢେଙ୍କାନାଳ ୪, ଗଜପତି ୨, ଗଞ୍ଜାମ ୨, ଜଗତସିଂହପୁରରେ ୨୫ ଜଣ ଚିହ୍ନଟ ହୋଇଛନ୍ତି। ଯାଜପୁରରେ ୩୯, ଝାରସୁଗୁଡାରେ ୬, କଳାହାଣ୍ଡି ୨, କନ୍ଧମାଳ ୧, କେନ୍ଦ୍ରାପଡାରେ ୮ ଓ କେନ୍ଦୁଝରରେ ଜଣେ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ୩୨୩, ମାଲକାନଗିରି ୪, ମୟୁରଭଞ୍ଜ ୧୮, ନବରଙ୍ଗପୁର ୧, ନୟାଗଡ ୩, ପୁରୀ ୧୮ ଓ ରାୟଗଡାରେ ୭ ଚିହ୍ନଟ ହୋଇଛନ୍ତି। ସମ୍ବଲପୁର ଜିଲାରେ ୮, ସୋନପୁର ୨, ସୁନ୍ଦରଗଡ ୫ ଓ ଷ୍ଟେଟପୁଲରୁ ୭୬ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକରେ ୭୧୯ ସୁସ୍ଥ ହୋଇଥିବାବେଳେ ସଂପ୍ରତି ୫୮୭୬ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories