www.samajalive.in
Sunday, December 14, 2025
19.1 C
Bhubaneswar

ମନୋରମା ମହାପାତ୍ରଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ବିଶିଷ୍ଟ ଓଡ଼ିଆ ସାହିତ୍ୟିକା ତଥା ଦୈନିକ ଖବରକାଗଜ ‘ସମାଜ’ର ପୂର୍ବତନ ସମ୍ପାଦିକା ସମାଜସେବୀ ମନୋରମା ମହାପାତ୍ରଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶେକ ପ୍ରକାଶ କରିଛନ୍ତି।

ଏକ ଟ୍ବିଟ ଯୋଗେ ଶ୍ରୀ ପ୍ରଧାନ ମନୋରମା ମହାପାତ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ ବୋଲି ଲେଖିଛନ୍ତି ।  ଓଡ଼ିଶା ସାହିତ୍ୟ ଏକାଡ଼େମୀ ଏବଂ ସାରଳା ସମ୍ମାନରେ ସମ୍ମାନିତ ଶ୍ରୀମତୀ ମହାପାତ୍ରଙ୍କ ଲିଖିତ ପୁସ୍ତକ ଗୁଡ଼ିକ ବିଶେଷ ରୂପେ ନାରୀ ସଶକ୍ତିକରଣ ଏବଂ ଅଧିକାର ଉପରେ ଆଧାରିତ।

- Advertisement -

ଓଡ଼ିଆ ସାହିତ୍ୟକୁ ରୁଦ୍ଧିମନ୍ତ କରିବାରେ ତାଙ୍କର ଯୋଗଦାନକୁ ଶବ୍ଦରେ ବର୍ଣ୍ଣନା କରାଯାଇପାରିବ ନାହିଁ । ଅନେକ ସମ୍ମାନର ଅଧିକାରୀ ତଥା ଓଜସ୍ୱିନୀ ବକ୍ତା ସ୍ୱର୍ଗତ ମହାପାତ୍ରଙ୍କ ବିୟୋଗ ଓଡ଼ିଆ ସାହିତ୍ୟ ଜଗତରେ ଅପୂରଣୀୟ ଶୂନ୍ୟ ସ୍ଥାନ ସୃଷ୍ଟି କରିଛି। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।

Hot this week

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

Related Articles

Popular Categories