www.samajalive.in
Tuesday, December 9, 2025
16.1 C
Bhubaneswar

ସାପ୍ତାହିକ ରାଶିଫଳ (୧୯.୦୯.୨୦୨୧ – ୨୫.୦୯.୨୦୨୧)

ମେଷ: ରବିବାର ଓ ସୋମବାର କର୍ମକ୍ଷେତ୍ରରେ ସଫଳତା ପାଇବେ। ମଙ୍ଗଳବାର ଓ ବୁଧବାର ସାବଧାନତା ଲୋଡ଼ା। ଗୁରୁବାର ଠାରୁ ଶନିବାର ପର୍ଯ୍ୟନ୍ତ ମଧ୍ୟମ ଫଳ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ଲାଭବାନ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ବଗଳାମୁଖୀଙ୍କୁ ପୂଜା କରନ୍ତୁ ଓ ମା’ଙ୍କୁ ମନ୍ଦାରଫୁଲ ଅର୍ପଣ କରନ୍ତୁ।

ବୃଷ: ରବିବାର ଓ ସୋମବାର ଶତ୍ରୁ ପରାସ୍ତ ହେବେ। ମଙ୍ଗଳବାର ଓ ବୁଧବାର ଭ୍ରମଣ ପ୍ରିୟ ହେବେ। ଶୁକ୍ରବାର ଓ ଶନିବାର ଭାଗ୍ୟବାଦୀ ହେବେ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ମଧ୍ୟମ ଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ ଓ ଅନ୍ନଦାନ କରନ୍ତୁ।

- Advertisement -

ମିଥୁନ: ରବିବାର ଓ ସୋମବାର କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ମଙ୍ଗଳବାର ଓ ବୁଧବାର ଆୟ ବୃଦ୍ଧି ହେବ। ଗୁରୁବାର ଓ ଶୁକ୍ରବାର କର୍ମ ପ୍ରବଣତା ପ୍ରକାଶିତ ହେବ। ଶନିବାର କାର୍ଯ୍ୟରେ ଅସଫଳ ହେବେ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଗଣେଶଙ୍କୁ ପୂଜା କରନ୍ତୁ।

କର୍କଟ: ରବିବାର ଓ ସୋମବାର ଚିନ୍ତିତ ରହିବେ। ମଙ୍ଗଳବାର ଓ ବୁଧବାର ଆୟ ବୃଦ୍ଧି ହେବ। ଗୁରୁବାର ଠାରୁ ଶନିବାର ପର୍ଯ୍ୟନ୍ତ ଶ୍ରୀଯୁକ୍ତ ହେବେ। ଭାଗ୍ୟବାଦୀ ହେବେ, ମଧ୍ୟମ ଫଳ ପାଇବେ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ଭୁବନେଶ୍ବରୀଙ୍କ ମନ୍ତ୍ର ଜପ କରନ୍ତୁ ଓ ବସ୍ତ୍ର ଦାନ କରନ୍ତୁ।

ସିଂହ: ରବିବାର ଓ ସୋମବାର ଦୂରଯାତ୍ରା କରିବେ। ମଙ୍ଗଳବାର ଓ ବୁଧବାର ଶତ୍ରୁ ଦ୍ବାରା ପରାସ୍ତ ହେବେ। ଗୁରୁବାର ଓ ଶୁକ୍ରବାର ମଧ୍ୟମ ଫଳ ପାଇବେ। ଭାଗ୍ୟବାଦୀ ହେବେ। ଶନିବାର ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ସମ୍ବେଦନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ରୁଦ୍ରାଷ୍ଟକ ପାଠ କରନ୍ତୁ।

କନ୍ୟା: ରବିବାର ଓ ସୋମବାର ଲାଭବାନ ହେବେ। ମଙ୍ଗଳବାର ଓ ବୁଧବାର ପ୍ରସନ୍ନଚିତ୍ତ ହେବେ। ଗୁରୁବାର ଓ ଶୁକ୍ରବାର ଆଘାତ ଲାଗିପାରେ। ଶନିବାର କର୍ମ ଅନୁସାରେ ଫଳ ପାଇବେ। ମହିଳା ଓ ବିଦ୍ୟାର୍ଥୀ ଯୋଜନା ପ୍ରସ୍ତୁତ କରିବେ। ରିଷ୍ଟଖଣ୍ଡନ ପାଇଁ ଓଁ ଲଳିତାଭ୍ୟାଂ ନମଃ ମନ୍ତ୍ର ଜପ କରନ୍ତୁ।

ତୁଳା: ରବିବାର ଓ ସୋମବାର କାର୍ଯ୍ୟସିଦ୍ଧି ହେବ। ମଙ୍ଗଳବାର ଓ ବୁଧବାର ସାମାଜିକ କାର୍ଯ୍ୟରେ ଯୋଗଦେବେ। ଗୁରୁବାର ଓ ଶୁକ୍ରବାର ଦୂରଯାତ୍ରା କରିପାରନ୍ତି। ଶନିବାର ମଧ୍ୟମ ଫଳ ପାଇବେ। ମହିଳା ଓ ବିଦ୍ୟାର୍ଥୀ ଶାନ୍ତିଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।

ବିଛା: ରବିବାର ଓ ସୋମବାର ମାନସିକ ଅବସାଦ ଦେଖାଦେବ। ମଙ୍ଗଳବାର ଓ ବୁଧବାର ସଫଳତା ପାଇବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଭ୍ରମଣ ଯୋଗ ସୃଷ୍ଟି ହେବ। ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ମାନବବାଦୀ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀସୁନ୍ଦରାକାଣ୍ଡ ପାଠ କରନ୍ତୁ।

ଧନୁ: ରବିବାର ଓ ସୋମବାର ଶତ୍ରୁ ପରାସ୍ତ ହେବେ। ମଙ୍ଗଳବାର ଓ ବୁଧବାର ଜଗିରଖି ଚଳିବେ। ଗୁରୁବାର ଓ ଶୁକ୍ରବାର ଧୈର୍ଯ୍ୟବାନ ହେବେ। ଭାଗ୍ୟବାଦୀ ହେବେ। ଶନିବାର ନିଯୁକ୍ତି ପାଇପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ବିଷାଦଗ୍ରସ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଦୁର୍ଗା ସହସ୍ରନାମ ପାଠ କରନ୍ତୁ।

ମକର: ରବିବାର ଓ ସୋମବାର କାର୍ଯ୍ୟରେ ଅଶାନ୍ତି ହେବ। ମଙ୍ଗଳବାର ଓ ବୁଧବାର ସୁସମ୍ବାଦ ପ୍ରାପ୍ତ ହେବ। ଗୁରୁବାର ଓ ଶୁକ୍ରବାର ଆଘାତ ଲାଗିପାରେ। ଶନିବାର ମଧ୍ୟମଫଳ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।

କୁମ୍ଭ: ରବିବାର ଓ ସୋମବାର କାର୍ଯ୍ୟରେ ସଫଳତା ପାଇବେ। ମଙ୍ଗଳବାର ଓ ବୁଧବାର ଶତ୍ରୁଦ୍ବାରା ପରାସ୍ତ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କ୍ରିୟାଶୀଳ ହେବେ। ସୁସମ୍ବାଦ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ମା’ ଦକ୍ଷିଣକାଳୀଙ୍କ କବଚ ପାଠ କରନ୍ତୁ।

ମୀନ: ରବିବାର ଓ ସୋମବାର ଅସୁବିଧାରେ ପଡ଼ିବେ। ମଙ୍ଗଳବାର ଓ ବୁଧବାର ଲାଭବାନ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଜଗିରଖି ଚଳିବେ। ମାନବବାଦୀ ହେବେ। ମହିଳା ଓ ବିଦ୍ୟାର୍ଥୀ ବିଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ମା’ ତାରାଙ୍କ କବଚ ପାଠ କରନ୍ତୁ। n

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories