www.samajalive.in
Thursday, December 11, 2025
27.1 C
Bhubaneswar

ବିଶିଷ୍ଟ ସାହିତ୍ୟିକ ତଥା ସମାଜସେବୀ ମନୋରମା ମହାପାତ୍ରଙ୍କ ବିୟୋଗରେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ଶୋକ

ଭୁବନେଶ୍ୱର:ବିଶିଷ୍ଟ ସାହିତ୍ୟିକ, ସମାଜସେବୀ, ଶିକ୍ଷାବିତ ତଥା ସମାଜ ଖବର କାଗଜର ପୂର୍ବତନ ସମ୍ପାଦକ ଭାବେ ସୁପରିଚିତ ଶ୍ରୀମତୀ ମନୋରମା ମହାପାତ୍ରଙ୍କ ବିୟୋଗରେ ଇସ୍ପାତ ଓ ଖଣି, ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶ୍ରୀମତୀ ମହାପାତ୍ରଙ୍କ ବିୟୋଗ ଆମ ସମସ୍ତଙ୍କ ପାଇଁ ଏକ ବିରାଟ କ୍ଷତି ବୋଲି ନିଜ ଶୋକ ବାର୍ତ୍ତାରେ ପ୍ରକାଶ କରିବା ସହ ସମାଜ ଖବର କାଗଜରେ ତାଙ୍କ ସମ୍ପାଦକୀୟ ସେ ସମୟରେ ସମସ୍ତଙ୍କୁ ଏକ ନୂଆ ଦିଶା ପ୍ରଦାନ କରୁଥିଲା ବୋଲି ମନ୍ତ୍ରୀ ଶ୍ରୀ ମଲ୍ଲିକ କହିଛନ୍ତି। ସାହିତ୍ୟ ସାଧନା, ସମାଜସେବା ଓ ଶିକ୍ଷାଦାନ କ୍ଷେତ୍ରରେ ତାଙ୍କ ମହତ୍ୱପୂର୍ଣ୍ଣ ଅବଦାନ ସଦା ସ୍ମରଣୀୟ ହୋଇ ରହିବେ ବୋଲି ମନ୍ତ୍ରୀ ଶ୍ରୀ ମଲ୍ଲିକ ଅବିହିତ କରିଛନ୍ତି। ଏଥି ସହ ମନ୍ତ୍ରୀ ଶ୍ରୀମତୀ ମହାପାତ୍ରଙ୍କ ଅମର ଆତ୍ମାର ସଦଗତି କାମନା ସହ ତାଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।

Hot this week

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

Related Articles

Popular Categories