www.samajalive.in
Monday, December 8, 2025
27.1 C
Bhubaneswar

ସାରସ୍ଵତ ସାଧିକା ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ କରାଯିବ – ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସମାଜସେବୀ ତଥା ଯଶସ୍ବୀ ସାରସ୍ଵତ ସାଧିକା ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ପୁରୀ ସ୍ବର୍ଗଦ୍ଵାର ଠାରେ ସ୍ବର୍ଗତା ମହାପାତ୍ରଙ୍କ ଶେଷକୃତ୍ୟ ଆଜି ଅପରାହ୍ନରେ କରାଯିବ ବୋଲି ଜଣାପଡିଛି। ଗତକାଲି ସନ୍ଧ୍ୟାରେ କଟକରେ ତାଙ୍କର ଦେହାନ୍ତ ହୋଇଥିଲା।

ପ୍ରଖ୍ୟାତ ସାହିତ୍ୟିକା, କବି, ସମ୍ବାଦିକା, ସମ୍ପାଦିକା, ସମାଜସେବୀ, ଅଧ୍ୟାପିକା ତଥା ‘ସମାଜ’ର ପୂର୍ବତନ କାର୍ଯ୍ୟକାରୀ ସମ୍ପାଦିକା ଡକ୍ଟର ମନୋରମା ମହାପାତ୍ରଙ୍କର ଗତକାଲି ସନ୍ଧ୍ୟାରେ କଟକ ବଡ଼ ଡାକ୍ତରଖାନାରେ ପରଲୋକ ହୋଇଥିଲା। ତାଙ୍କୁ ୮୭ବର୍ଷ ବୟସ ହୋଇଥିଲା। ସେ ବେଶ୍‌ କିଛିଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ୧୯୩୪ ମସିହା ଜୁନ୍‌ ୧୦ରେ ଡକ୍ଟର ମହାପାତ୍ରଙ୍କର ଜନ୍ମ ହୋଇଥିଲା। ପିତା ‘ସମାଜ’ର ପୂର୍ବତନ ସମ୍ପାଦକ ତଥା ଲୋକସେବକ ମଣ୍ଡଳର ପୂର୍ବତନ ଅଧ୍ୟକ୍ଷ ପଦ୍ମଭୂଷଣ ଡକ୍ଟର ରାଧାନାଥ ରଥ। ଜଣେ ଉଚ୍ଚକୋଟୀର କବି, ସମ୍ପାଦିକା ଓ ସମାଜସେବୀ ଭାବେ ତାଙ୍କର ସ୍ବତନ୍ତ୍ର ପରିଚୟ ରହିଛି। ଜଣେ ଓଜସ୍ବିନୀ ବକ୍ତା ଭାବେ ସେ ଅଶେଷ ଲୋକପ୍ରିୟତା ହାସଲ କରିଥିଲେ। ବିଶେଷ କରି ମାନବବାଦୀ, ସାମ୍ୟବାଦୀ ଓ ବୈପ୍ଳବିକ ଚିନ୍ତାଧାରା ତାଙ୍କ ସାହିତ୍ୟ କୃତିରେ ପରିସ୍ଫୁଟିତ ହୋଇଛି। ସେ ଓଡ଼ିଶା ସାହିତ୍ୟ ଏକାଦେମୀ ପୁରସ୍କାର, ସୋଭିଏତ୍‌ଲାଣ୍ଡ ପୁରସ୍କାର ଆଦି ଅନେକ ମର୍ଯ୍ୟାଦାଜନକ ପୁରସ୍କାର ଲାଭ କରିବା ସହିତ ରମାଦେବୀ ବିଶ୍ବବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡି.ଲିଟ୍‌ ଉପାଧି ଲାଭ କରିଥିଲେ।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories