www.samajalive.in
Wednesday, December 10, 2025
16.1 C
Bhubaneswar

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ସମ୍ପନ୍ନ

ପୁରୀ: ବିଶିଷ୍ଟ ଓଡିଆ ସାହିତ୍ୟିକା ତଥା ଶତବାର୍ଷିକୀ ଦୈନିକ ଖବରକାଗଜ ‘ସମାଜ’ର ପୂର୍ବତନ ସମ୍ପାଦିକା ସମାଜସେବୀ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୁରୀ ସ୍ଵର୍ଗଦ୍ଵାର ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ମନୋରମାଙ୍କ ଜ୍ୟେଷ୍ଠ ପୁତ୍ର ପ୍ରଦୀପ କୁମାର ମହାପାତ୍ର ମୁଖାଗ୍ନି ଦେଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଜିଲ୍ଲାପାଳ ସମର୍ଥ ବର୍ମା ଏବଂ ଆରକ୍ଷୀ ଅଧିକ୍ଷକ କନ୍ଵର୍ ବିଶାଳ ସିଂହ ସବାଧାରରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳୀ ପ୍ରଦାନ କରିଥିଲେ।

- Advertisement -

ପୁଲିସ ପକ୍ଷରୁ ରାଷ୍ଟ୍ରୀୟ ସମ୍ମାନ ପ୍ରଦାନ କରାଯାଇଥିଲା। ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ଉପଜିଲ୍ଲାପାଳ ଭବତରନ୍ ସାହୁ, ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜୀତେନ୍ଦ୍ର ସାହୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଲୋକ ସେବକ ମଣ୍ଡଳର ରାଷ୍ଟ୍ରୀୟ ଉପସଭାପତି ତଥା ସମାଜର ପ୍ରକାଶକ ଓ ମୁଦ୍ରାକର ନିରଞ୍ଜନ ରଥ ଅନ୍ତିମ ସଂସ୍କାର ସମୟରେ ଉପସ୍ଥିତ ଥିଲେ। ପୁରୀର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଯଶସ୍ବୀ ସାରସ୍ଵତ ସାଧିକାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା।

ସୂଚନାଯୋଗ୍ୟ, ପ୍ରଖ୍ୟାତ ସାହିତ୍ୟିକା, କବି, ସମ୍ବାଦିକା, ସମ୍ପାଦିକା, ସମାଜସେବୀ, ଅଧ୍ୟାପିକା ତଥା ‘ସମାଜ’ର ପୂର୍ବତନ କାର୍ଯ୍ୟକାରୀ ସମ୍ପାଦିକା ଡକ୍ଟର ମନୋରମା ମହାପାତ୍ରଙ୍କର ଗତକାଲି ସନ୍ଧ୍ୟାରେ କଟକ ବଡ଼ ଡାକ୍ତରଖାନାରେ ପରଲୋକ ଘଟିଥିଲା। ୮୭ବର୍ଷିୟା ସ୍ବର୍ଗତା ମହାପାତ୍ର ବେଶ୍‌ କିଛିଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ।

୧୯୩୪ ମସିହା ଜୁନ୍‌ ୧୦ରେ ଡକ୍ଟର ମହାପାତ୍ରଙ୍କର ଜନ୍ମ ହୋଇଥିଲା। ପିତା ‘ସମାଜ’ର ପୂର୍ବତନ ସମ୍ପାଦକ ତଥା ଲୋକସେବକ ମଣ୍ଡଳର ପୂର୍ବତନ ଅଧ୍ୟକ୍ଷ ପଦ୍ମଭୂଷଣ ଡକ୍ଟର ରାଧାନାଥ ରଥ। ଜଣେ ଉଚ୍ଚକୋଟୀର କବି, ସମ୍ପାଦିକା ଓ ସମାଜସେବୀ ଭାବେ ତାଙ୍କର ସ୍ବତନ୍ତ୍ର ପରିଚୟ ରହିଛି। ଜଣେ ଓଜସ୍ବିନୀ ବକ୍ତା ଭାବେ ସେ ଅଶେଷ ଲୋକପ୍ରିୟତା ହାସଲ କରିଥିଲେ। ବିଶେଷ କରି ମାନବବାଦୀ, ସାମ୍ୟବାଦୀ ଓ ବୈପ୍ଳବିକ ଚିନ୍ତାଧାରା ତାଙ୍କ ସାହିତ୍ୟ କୃତିରେ ପରିସ୍ଫୁଟିତ ହୋଇଛି। ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ସୋଭିଏତ୍‌ଲାଣ୍ଡ ପୁରସ୍କାର ଭଳି ଅନେକ ମର୍ଯ୍ୟାଦାଜନକ ପୁରସ୍କାର ଲାଭ କରିବା ସହିତ ରମାଦେବୀ ବିଶ୍ବବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡି.ଲିଟ୍‌ ଉପାଧି ଲାଭ କରିଥିଲେ।

Hot this week

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

Related Articles

Popular Categories