ସାରା ରାଜ୍ୟରେ ଲଘୁଚାପ ବର୍ଷା

0

ଭୁବନେଶ୍ୱର : ଲଘୁଚାପ ଓ ଦକ୍ଷିଣ ଓଡ଼ିଶାରେ ଘୂର୍ଣ୍ଣିବଳୟର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବୁଧବାର ସକାଳୁ ବର୍ଷା ଲାଗି ରହିଛି । କଟକ – ଭୁବନେଶ୍ବର ସମେତ ରାଜ୍ୟର  କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ବର୍ଷା ଲାଗି ରହିଛି। ଏହାକୁ ଦେଖି ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ଯାଇଛନ୍ତି ସେମାନଙ୍କୁ ବୁଧବାର ସନ୍ଧ୍ୟା ସୁଦ୍ଧା ଫେରିଆସିବାକୁ କୁହାଯାଇଛି। ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିପାରେ। ତେଣୁ ଶୁକ୍ରବାର ପର୍ଯ୍ୟନ୍ତ ସେମାନଙ୍କୁ ସମୁଦ୍ରକୁ ନ ଯିବାକୁ ସତର୍କତା ଜାରି କରାଯାଇଛି।

ଲଘୁଚାପ ପ୍ରଭାବରେ ବୁଧବାର ଠାରୁ ୮ଟି ଜିଲାରେ ପ୍ରବଳ ଓ ୯ଟି ଜିଲାରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହି ଜିଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ସୋନପୁର, କନ୍ଧମାଳ, ବଲାଙ୍ଗୀର, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ରହିଛି। ଶୁକ୍ରବାର ପର୍ଯ୍ୟନ୍ତ ଏସବୁ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ସେହିପରି ଗୁରୁବାର ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, ମୟୂରଭଞ୍ଜ ଓ ବରଗଡ଼ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବର୍ଷାବେଳେ ବିଜୁଳି ଓ ଘଡ଼ଘଡ଼ିର ଆଶଙ୍କା ମଧ୍ୟ ରହିଛି। ଲଘୁଚାପ ପ୍ରଭାବରେ ଓଡ଼ିଶା ସମେତ ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ।

Leave A Reply